ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଧର୍ମପତ୍ନୀ ଜୟନ୍ତୀ ପଟ୍ଟନାୟକଙ୍କ ପରଲୋକ

ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଧର୍ମପତ୍ନୀ ତଥା ପୂର୍ବତନ ସାଂସଦ ଜୟନ୍ତୀ ପଟ୍ଟନାୟକଙ୍କ ପରଲୋକ । ଏକ ଘରୋଇ ହସ୍‌ପିଟାଲରେ ତାଙ୍କର ଦେହାନ୍ତ ହୋଇଛି ।  ମୃତ୍ୟୁ ବେଳକୁ ତାଙ୍କୁ ୯୦ ବର୍ଷ ବୟସ ହେଇଥିଲା। ଜୟନ୍ତୀ ପଟ୍ଟନାୟକ ଜଣେ ରାଜନେତ୍ରୀ, ସାହିତ୍ୟିକା, ଅନୁବାଦିକା, ସାହିତ୍ୟ ସଂଗଠିକା, ସମାଜସେବିକା ଓ ବକ୍ତା ଭାବେ ରାଜ୍ୟ ଓ ରାଜ୍ୟ ବାହାରେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ । ୧୯୫୩ ମସିହାରେ ସେ ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କୁ ବିବାହ କରିଥିଲେ । ୧୯୮୧ ମସିହାରେ,୧୯୮୪ ମସିହାରେ କଂଗ୍ରେସ ଟିକେଟରେ ସେ କଟକରୁ ନିର୍ବାଚିତ ହୋଇଥିଲେ  ।  ଏହାପରେ ୧୯୯୮ ମସିହାରେ ବ୍ରହ୍ମପୁର ଆସନରୁ ନିର୍ବାଚିତ ହୋଇଥିଲେ । ୧୯୯୬ ମସିହାରେ ସେ ରାଜ୍ୟସଭାକୁ ମଧ୍ୟ ନିର୍ବାଚିତ ହୋଇଥିଲେ । ପ୍ରଥମ ଓଡ଼ିଆ ଭାବେ ସେ ୧୯୮୭ ମସିହାରେ ଅଖିଳ ଭାରତ ମହିଳା କଂଗ୍ରେସର ସଭାପତି ହୋଇଥିଲେ । ୧୯୯୨ରୁ ୧୯୯୫ ମସିହା ପର୍ଯ୍ୟନ୍ତ ସେ ପ୍ରଥମ ଓଡିଆ ଭାବେ ନବଗଠିତ ଜାତୀୟ ମହିଳା କମିସନର ଅଧ୍ୟକ୍ଷା ରହିଥିଲେ ।