ମହିମା ଗାଦି ପାଇଁ ୧୧୨ କୋଟି ପ୍ରସ୍ତାବ

 ଢେଙ୍କାନାଳ : ଯୋରନ୍ଦା ମହିମା ଗାଦି ପୀଠର  କାୟାକଳ୍ପରେ ଆସିବ ପୁରା ପରିବର୍ତ୍ତନ।  ଜିଲ୍ଲାପାଳ ୧୧୨ କୋଟି ଟଙ୍କାର ପ୍ରକଳ୍ପ ପ୍ରସ୍ତାବ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ ନିମନ୍ତେ ଉପସ୍ଥାପନ କରିଛନ୍ତି । ଏଥିରେ ପୀଠର ସର୍ବାଙ୍ଗୀନ ବିକାଶ ସହିତ ଭକ୍ତ ମାନଙ୍କ ପାଇଁ ବିଭିନ୍ନ ସୁବିଧା ଉପରେ ଗୁରୁତ୍ଵ ଦିଆଯାଇଥିବା ଜଣାପଡିଛି । ସମାଧି ମନ୍ଦିରର ପୁନଃ ନିର୍ମାଣ, ପ୍ରାର୍ଥନା ଗୃହ, ପାଚେରୀ, ପୁଷ୍କରିଣୀ ପୁନରୁଦ୍ଧାର, ବସ ଷ୍ଟାଣ୍ଡ, କୌପୀନ ଧାରି ମହିମା ସମାଜ ପୀଠ ପୁନଃନିର୍ମାଣ, ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ଆଦି ନିର୍ମାଣ କରାଯିବ। ପୀଠ ଭିତରେ ଆଭ୍ୟନ୍ତରୀଣ ସଡ଼କ ସହିତ ପୁରା ସ୍ଥାନର ଆଲୋକୀକରଣ କରାଯିବ। ଜଗନ୍ନାଥ ମନ୍ଦିର ଠାରୁ ସ୍କୁଲ ପଡିଆ ପର୍ଯ୍ୟନ୍ତ ରାସ୍ତା ନିର୍ମାଣ କରାଯିବ। ସୌନ୍ଦର୍ଯ୍ୟ କରଣ ପାଇଁ ପୂର୍ବ ପଟ ବଡ ପୋଖରୀର ପୁନରୁଦ୍ଧାର ସହିତ ୨୦୦ ତାଳ ଗଛ ଓ ୨୦୦ ବର ଗଛ ଲଗାଯିବ। ଆଲୋକିକରଣ ସହିତ ପ୍ରମନେଡ ତିଆରି କରାଯିବ। ସାଧୁ ଓ ଭକ୍ତ ମାନଙ୍କ ପାଇଁ ୨୦୦ ଟଏଲେଟ ନିର୍ମାଣ କରାଯିବ।