ଓଡ଼ିଶା ହାଇକୋର୍ଟଙ୍କ ମୁଖ୍ୟ ବିଚାରପତି ଦାୟିତ୍ୱ ତୁଲାଇବେ ମାନ୍ୟବର ବିଚାରପତି ଜଷ୍ଟିସ ବିଭୁ ପ୍ରସାଦ ରାଉତରାୟ
ଓଡ଼ିଶା ହାଇକୋର୍ଟଙ୍କ ମୁଖ୍ୟ ବିଚାରପତି ଦାୟିତ୍ୱ ତୁଲାଇବେ ମାନ୍ୟବର ବିଚାରପତି ଜଷ୍ଟିସ ବିଭୁ ପ୍ରସାଦ ରାଉତରାୟ । ଏନେଇ କେନ୍ଦ୍ର ଆଇନ ଓ ନ୍ୟାୟ ମନ୍ତ୍ରଣାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଭାରତୀୟ ସମ୍ବିଧାନର ଧାରା ୨୨୩ ଅନୁଯାୟୀ ରାଷ୍ଟ୍ରପତି ଜଷ୍ଟିସ ବିଭୁ ପ୍ରସାଦ ରାଉତରାୟଙ୍କୁ ଏହି ଦାୟିତ୍ୱ ପ୍ରଦାନ କରିଛନ୍ତି। ନଭେମ୍ବର ୧୬ ତାରିଖରୁ ସେ ମୁଖ୍ୟ ବିଚାରପତିଙ୍କ ଦାୟିତ୍ୱ ତୁଲାଇବେ। ଓଡ଼ିଶା ହାଇକୋର୍ଟଙ୍କ ବର୍ତ୍ତମାନର ମୁଖ୍ୟ ବିଚାରପତି ଜଷ୍ଟିସ ହରିଶ ଟଣ୍ଡନ ନଭେମ୍ବର ୧୫ ତାରିଖରେ ଅବସର ଗ୍ରହଣ କରିବାକୁ ଯାଉଛନ୍ତି। ତାଙ୍କ ଅବସର ପରେ ଜଷ୍ଟିସ ରାଉତରାୟ ଏହି ଦାୟିତ୍ୱ ସମ୍ପାଦନ କରିବେ ବୋଲି ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି।