ଜଷ୍ଟିସ୍ ବିଦ୍ୟୁତ୍ ରଂଜନ ଷଡ଼ଙ୍ଗୀଙ୍କୁ ହାଇକୋର୍ଟର ମୁଖ୍ୟ ବିଚାରପତି ଦାୟିତ୍ବ
କଟକ: ଜଷ୍ଟିସ୍ ବିଦ୍ୟୁତ୍ ରଂଜନ ଷଡ଼ଙ୍ଗୀଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଦାୟିତ୍ବ ମିଳିଛି। ନୂତନ ଦାୟିତ୍ବ ନେଇ କେନ୍ଦ୍ର ଆଇନ୍ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ଅକ୍ଟୋବର ୪ରେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଶୁଭାଶିଷ ତାଳପତ୍ର ଅବସର ଗ୍ରହଣ କରିବା ପରେ ବରିଷ୍ଠ ବିଚାରପତି ଷଡ଼ଙ୍ଗୀଙ୍କୁ ଏହି ଦାୟିତ୍ବ ମିଳିବ। ଡ ଜଷ୍ଟିସ ବିଦ୍ୟୁତ୍ ରଂଜନ ଷଡ଼ଙ୍ଗୀ ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକ ଅଧୀନ ପାନ୍ତିଖରିଶାସନରେ ୧୯୬୨ ମସିହା ଜୁଲାଇ ୨୦ ତାରିଖରେ ଜନ୍ମଗ୍ରହଣ କରିଥିଲେ।