କଟକ : ଆଜି ଓଡ଼ିଶା ହାଇକୋର୍ଟର ୩୩ ତମ ମୁଖ୍ୟ ବିଚାରପତି ଭାବେ ଶପଥ ନେଇଛନ୍ତି ଜଷ୍ଟିସ ଶୁଭାଶିଷ ତାଳପତ୍ର । ହାଇକୋର୍ଟର ପରିସରରେ ଆୟୋଜିତ ଶପଥ ପାଠ କାର୍ଯ୍ୟକ୍ରମରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ତାଙ୍କୁ ଶପଥ ପାଠ କରାଇଛନ୍ତି । ଜଷ୍ଟିସ ତାଳପତ୍ର ଏବେ ବରିଷ୍ଠ ବିଚାରପତି ଭାବେ ଓଡ଼ିଶା ହାଇକୋର୍ଟରେ କାର୍ଯ୍ୟରତ ଅଛନ୍ତି ।ସୁପ୍ରିମକୋର୍ଟଙ୍କ କଲେଜିୟମ ସୁପାରିଶ ଅନୁସାରେ ଜଷ୍ଟିସ ଶୁଭାଶିଷ ତାଳପତ୍ରଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି କରିଥିଲେ ରାଷ୍ଟ୍ରପତି । ଏନେଇ କେନ୍ଦ୍ର ସରକାରଙ୍କ ଆଇନ ମନ୍ତ୍ରାଳୟ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପୂର୍ବରୁ ପ୍ରକାଶ ପାଇଥିଲା । ୨୦୨୨ ଜୁନ ୧୦ରୁ ଜଷ୍ଟିସ ତାଳପତ୍ର ଓଡ଼ିଶା ହାଇକୋର୍ଟରେ ବିଚାରପତି ଅଛନ୍ତି । ପୂର୍ବରୁ ତ୍ରିପୁରା ହାଇକୋର୍ଟରୁ ଜଷ୍ଟିସ ଶୁଭାଶିଷ ତାଳପତ୍ର ଓଡ଼ିଶା ହାଇକୋର୍ଟକୁ ବଦଳି ହୋଇ ଆସିଛନ୍ତି ।
Trending
- ଧସିଲା କୋଇଲା ଖଣି , ଚାପି ହେଲେ ୧୨ ଜଣ ଶ୍ରମିକ
- ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ଭୋଟ ଦେବ କି ?
- ଆଜି ମହାପ୍ରଭୁଙ୍କୁ ଚିତାଲାଗି
- ରାଜ୍ୟରେ ୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି
- ଦିଲ୍ଲୀରେ ଖୁବ୍ ଜୋର୍ରେ ବର୍ଷା , ତଳିଆ ଅଞ୍ଚଳ ଆଣ୍ଠୁଏ ପାଣି
- ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ବିଏମ୍ସିର କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
- ବନ୍ଧା ହେଲେ ଡିଏଫ୍ଓ ବାବୁ
- ଆଜି ଠୁ ପ୍ଲାଷ୍ଟିକରେ ପେଟ୍ରାଲ ବିକ୍ରୟ ନିଷେଧ
- ଧନକର ଇସ୍ତଫା ନା ଚାପର ବଶବର୍ତ୍ତୀ ହୋଇ ପଦତ୍ୟାଗ କଲେ
- ଇସ୍ତଫା ଦେଲେ ଉପରାଷ୍ଟ୍ରପତି ଜଗଦୀପ ଧନଖର