କଟକ : ଆଜି ଓଡ଼ିଶା ହାଇକୋର୍ଟର ୩୩ ତମ ମୁଖ୍ୟ ବିଚାରପତି ଭାବେ ଶପଥ ନେଇଛନ୍ତି ଜଷ୍ଟିସ ଶୁଭାଶିଷ ତାଳପତ୍ର । ହାଇକୋର୍ଟର ପରିସରରେ ଆୟୋଜିତ ଶପଥ ପାଠ କାର୍ଯ୍ୟକ୍ରମରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ତାଙ୍କୁ ଶପଥ ପାଠ କରାଇଛନ୍ତି । ଜଷ୍ଟିସ ତାଳପତ୍ର ଏବେ ବରିଷ୍ଠ ବିଚାରପତି ଭାବେ ଓଡ଼ିଶା ହାଇକୋର୍ଟରେ କାର୍ଯ୍ୟରତ ଅଛନ୍ତି ।ସୁପ୍ରିମକୋର୍ଟଙ୍କ କଲେଜିୟମ ସୁପାରିଶ ଅନୁସାରେ ଜଷ୍ଟିସ ଶୁଭାଶିଷ ତାଳପତ୍ରଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି କରିଥିଲେ ରାଷ୍ଟ୍ରପତି । ଏନେଇ କେନ୍ଦ୍ର ସରକାରଙ୍କ ଆଇନ ମନ୍ତ୍ରାଳୟ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପୂର୍ବରୁ ପ୍ରକାଶ ପାଇଥିଲା । ୨୦୨୨ ଜୁନ ୧୦ରୁ ଜଷ୍ଟିସ ତାଳପତ୍ର ଓଡ଼ିଶା ହାଇକୋର୍ଟରେ ବିଚାରପତି ଅଛନ୍ତି । ପୂର୍ବରୁ ତ୍ରିପୁରା ହାଇକୋର୍ଟରୁ ଜଷ୍ଟିସ ଶୁଭାଶିଷ ତାଳପତ୍ର ଓଡ଼ିଶା ହାଇକୋର୍ଟକୁ ବଦଳି ହୋଇ ଆସିଛନ୍ତି ।
Trending
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ
- ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ, ଚଳିତ ମାସ ୧୫ ତାରିଖ ସକାଳ ୯ଟା ୪୦ରୁ ୯ଟା ୫୪ ମଧ୍ୟରେ ଲଗ୍ନ ସ୍ଥିର
- ପିଲାଦିନକୁ ମରିବାକୁ ଦେବା ଉଚିତ୍ ନୁହେଁ ବରଂ ବଞ୍ଚାଇ ରଖିବା ହେଉଛି ଶିକ୍ଷକଙ୍କ କାମ – ମୋଦୀ