ନୟାଗଡ଼: ନୟାଗଡ଼ କଣ୍ଟେଇମୁଣ୍ଡି ବାଇଗଣକୁ ମିଳିଲା ଜିଆଇ ଟ୍ୟାଗ ରେଜିଷ୍ଟ୍ରେସନ୍ । ଚେନ୍ନାଇ ଠାରେ ଥିବା କେନ୍ଦ୍ରସରକାରଙ୍କ ଜିଓଗ୍ରାଫିକାଲ ଇଣ୍ଡିକେସନ୍ ରେଜେଷ୍ଟ୍ରି ପକ୍ଷରୁ ମାନ୍ୟତା ପ୍ରଦାନ କରାଯାଇଛି। କଣ୍ଟେଇମୁଣ୍ଡି ବାଇଗଣକୁ ଜିଆଇ ଟ୍ୟାଗ ମାନ୍ୟତା ପାଇଁ ୩ ବର୍ଷ ତଳେ ପ୍ରୟାସ ଆରମ୍ଭ ହୋଇଥିଲା । ଓୟୁଏଟି ପକ୍ଷରୁ ଆବଶ୍ୟକ କାଗଜାତ ଜିଆଇ ଟ୍ୟାଗ କାର୍ଯ୍ୟାଳୟ ଚେନ୍ନାଇକୁ ପଠାଯାଇଥିଲା । କଣ୍ଟେଇମୁଣ୍ଡି ବାଇଗଣକୁ ଜିଆଇ ଟ୍ୟାଗ ରେଜିଷ୍ଟ୍ରେସନ ନେଇ ସୂଚନା ଦେଇଛନ୍ତି ଜିଲ୍ଲାପାଳ ରବିନ୍ଦ୍ର ନାଥ ସାହୁ। ନୟାଗଡ଼ ଜିଲ୍ଲା ପ୍ରଶାସନ ସହାୟତାରେ କଣ୍ଟିଲୋ ସ୍ଥିତ ନୀଳମାଧବ କୃଷି ସଂଗଠନ ଏହି କଣ୍ଟେଇମୁଣ୍ଡି ବାଇଗଣକୁ ଜିଆଇ ମାନ୍ୟତା ପାଇଁ ଆବେଦନ କରିଥିଲା l ପୋଷକ ତତ୍ତ୍ବରେ ପରିପୂର୍ଣ୍ଣ ଏହି ବାଇଗଣର ସ୍ବାଦ ମଧ୍ୟ ଭାରୀ ନିଆରା l ଖଣ୍ଡପଡା ବ୍ଳକର କଣ୍ଟିଲୋ ମହାନଦୀ କୂଳେ କୂଳେ କଣ୍ଟେଇମୁଣ୍ଡି ବାଇଗଣ କାହିଁ କେଉଁ କାଳରୁ ଚାଷ ହୋଇ ଆସୁଛି। ଏହା ସ୍ବାଦିଷ୍ଟ ଥିବାରୁ ବିକ୍ରି ବଢ଼ି ଚାଲିଛି।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Next Post