ରାୟଗଡ଼ାରେ ଲକ୍ଷ୍ମୀ ବସ୍ ସେବାର ଶୁଭାରମ୍ଭ

ରାୟଗଡ଼ା: ରାୟଗଡ଼ାରେ ଗଡ଼ିଲା ଲକ୍ଷ୍ମୀ ବସ୍ । ଲକ୍ଷ୍ମୀ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସ୍ଥାନୀୟ ପରିବହନ ବ୍ୟବସ୍ଥାକୁ ସୁଦୃଢ କରିବା ସହିତ ପର୍ଯ୍ୟଟନ ତଥା ଆଞ୍ଚଳିକ ଆର୍ଥିକ ବ୍ୟବସ୍ଥାକୁ ପ୍ରୋତ୍ସାହିତ କରିବା ଲକ୍ଷ୍ମୀ ଯୋଜନାର ମୁଖ୍ୟ ଉଦ୍ଦେଶ୍ୟ । ସାରା ରାଜ୍ୟରେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । କାର୍ଯ୍ୟକ୍ରମରେ ୯୦ କୋଟିରୁ ଅଧିକ ଟଙ୍କା ବିନିଯୋଗରେ ୨୬୦୦ରୁ ଅଧିକ ପ୍ରକଳ୍ପ କରାଯାଉଛି ।ଜିଲ୍ଲାର ସମସ୍ତ ୧୮୨ଟି ପଞ୍ଚାୟତକୁ ୫୨ଟି ବସ୍ ଚଳାଚଳ କରିବ । ଏଥିପାଇଁ କରାଯାଇଛି ୩୦୦ଟି ବସ୍ ଷ୍ଟପେଜ । ରାୟଗଡ଼ାରେ ଏହାର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ‘ଲକ୍ଷ୍ମୀ ଘରେ ଘରେ ଖୁସି ଓ ଆନନ୍ଦ ଆଣିବ। ଏହା ଗ୍ରାମାଞ୍ଚଳ ପରିବହନ ବ୍ୟବସ୍ଥାରେ ରୂପାନ୍ତର ଆଣିବ । ଗାଁ ଲୋକଙ୍କ ଜୀବନରେ ଗତି ଓ ପ୍ରଗତି ଆଣିବ ।’