ଆଜି ମହାପ୍ରଭୁଙ୍କ ବନକଲାଗି ନୀତି

ପୁରୀ: ଆଜି ମହାପ୍ରଭୁଙ୍କ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । କଳା, ଧଳା, ନାଲି, ହରିତାଳ ଆଦି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତ ମହାପାତ୍ର ସେବକ । ଆସନ୍ତାକାଲି ନବଯୌବନ ରୂପରେ ଭକ୍ତଙ୍କୁ ଦର୍ଶନ ଦେବେ ଶ୍ରୀଜିଉ । ଆସନ୍ତା ମଙ୍ଗଳବାର ରଥାରୂଢ ହୋଇ ଗୁଣ୍ଡିଚା ଯିବେ ମହାବାହୁ । ଏନେଇ ସମସ୍ତ ପ୍ରସ୍ତୁତି ସରିଛି । ପୁରୀରେ ଭକ୍ତଙ୍କ ସୁରକ୍ଷା, ଶୃଙ୍ଖଳିତ ଦର୍ଶନ ଓ ପୋଲିସ ସେବା ମନୋଭାବ ନେଇ ଆଇନଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣ କରିବାକୁ ପ୍ରାଥମିକତା ଦିଆଯାଇଛି । ରେଳବାଇ ଓ ତଟ ସୁରକ୍ଷା ସହ, ପହଣ୍ଡି, ରଥଟଣା, ଜନଗହଳି ନିୟନ୍ତ୍ରଣ, ଭିଆଇପିଙ୍କ ସୁରକ୍ଷା, ଟ୍ରାଫିକ ବ୍ୟବସ୍ଥା ପରିଚାଳନା ପାଇଁ ବଛା ବଛା ୧୦୦୦ରୁ ଉର୍ଦ୍ଧ ଅଧିକାରୀ ମୁତୟନ କରାଯିବ ।