ମେ ମାସ ଦ୍ୱିତୀୟ ସପ୍ତାହରେ ଦକ୍ଷିଣ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା

ଭୁବନେଶ୍ବର: ମେ ମାସ ଦ୍ୱିତୀୟ ସପ୍ତାହରେ ଏକ ଲଘୁଚାପ ସୃଷ୍ଟି ହେବାର ଆଶଙ୍କା ରହିଛି। ମେ ଦ୍ୱିତୀୟ ସପ୍ତାହରେ ଏକ ଲଘୁଚାପ କ୍ଷେତ୍ର ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ। କେବଳ ଅବପାତ ସୃଷ୍ଟି ହେବା ନେଇ ଆକଳନ କରାଯାଉଛି। ବାତ୍ୟା ହେବ କି ନାହିଁ ସ୍ପଷ୍ଟ ହୋଇନି। ଯଦି ବାତ୍ୟା ହେବ ଓଡ଼ିଶା ଉପରେ ପ୍ରଭାବ ରହିବ ନାହିଁ।  ଯଦି ବାତ୍ୟା ଆସେ ତାର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ସବୁ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଥିଲା।ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।