ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଗୋଟିଏ ଲଘୁଚାପ
ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଜୁଲାଇ ୪ ତାରିଖ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ନେଇ ଆକଳନ କରାଯାଉଛି। ଆସନ୍ତା ୨ ଓ ୩ ତାରିଖ ବେଳକୁ ଦକ୍ଷିଣ ଓ ଉପକୂଳବର୍ତ୍ତୀ ଓଡ଼ିଶାରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ। ରାଜ୍ୟରେ ଏବେ ୧୫୬.୧ ମିଲିମିଟର ବର୍ଷା ରେକର୍ଡ ହୋଇଛି। ଯାହାକି ସ୍ବାଭାବିକ ବର୍ଷା ୧୯୨.୩ ମିଲିମିଟର ତୁଳନାରେ ୧୯ ପ୍ରତିଶତ କମ।