ପୂର୍ବତନ ବାଚସ୍ପତି ମହେଶ୍ବର ମହାନ୍ତିଙ୍କ ପରଲୋକ
ଭୁବନେଶ୍ବର:ପୂର୍ବତନ ବାଚସ୍ପତି ମହେଶ୍ବର ମହାନ୍ତିଙ୍କ ପରଲୋକ ହୋଇଛି। ନଭେମ୍ବର ପହିଲାରୁ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଶ୍ରୀ ମହାନ୍ତିଙ୍କ ବିୟୋଗ ଭୋର ୩.୨୫ରେ ହୋଇଛି । ସ୍ବର୍ଗତ ମହେଶ୍ବର ମହାନ୍ତି ୧୯୫୬ ମସିହା ଫେବ୍ରୁଆରି ୨୬ ତାରିଖରେ ଜନ୍ମ ଗ୍ରହଣ କରିଥିଲ । ବନାରସ ହିନ୍ଦୁ ବିଶ୍ୱବିଦ୍ୟାଳୟରେ ରାଜନୀତି ବିଜ୍ଞାନରେ ଏମଏ ପରେ ସେ ଉତ୍କଳ ବିଶ୍ୱବିଦ୍ୟାଳୟରେ ଏଲଏଲବି ଅଧ୍ୟୟନ କରିଥିଲେ । ପେସାରେ ଆଇନଜୀବୀ ଥିଲେ ମହେଶ୍ବର। ଏହାପରେ ସେ ରାଜନୀତିରେ ପ୍ରବେଶ କରିଥିଲେ। ୧୯୯୫ରୁ ମସିହାରୁ ୨୦୧୪ ପର୍ଯ୍ୟନ୍ତ ଲଗାତାର ୫ ଥର ବିଧାୟକ ନିର୍ବାଚିତ ହୋଇଥିଲେ ମହେଶ୍ବର ମହାନ୍ତି । ପ୍ରଥମେ ଜନତା ଦଳରୁ ୧୯୯୫ରେ ସେ ବିଧାୟକ ହୋଇଥିଲେ । ୨୦୦୦ରୁ ୨୦୧୪ ପର୍ଯ୍ୟନ୍ତ କ୍ରମାଗତ ଭାବେ ବିଜେଡିରୁ ବିଧାୟକ ହୋଇ ପୁରୀକୁ ପ୍ରତିନିଧିତ୍ବ କରି ଆସୁଥିଲେ ମହେଶ୍ବର । ୨୦୦୪ ମସିହାରୁ ୨୦୦୮ ପର୍ଯ୍ୟନ୍ତ ବିଧାନସଭାର ବାଚସ୍ପତି ପଦବୀ ସମ୍ଭାଳି ଥିଲେ । ୨୦୧୧ ରୁ ୨୦୧୯ ପର୍ଯ୍ୟନ୍ତ ପଞ୍ଚାୟତିରାଜ, ରାଜସ୍ୱ, ଆଇନ, ପର୍ଯ୍ୟଟନ, ଯୋଜନା ଓ ସଂଯୋଜନା ଭଳି ପ୍ରମୁଖ ବିଭାଗର ମନ୍ତ୍ରୀ ପଦବୀରେ ଥିଲେ ମହେଶ୍ବର ।