ତିନିଦିନିଆ ଓଡ଼ିଶା ଗସ୍ତରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜିଠୁ ତିନିଦିନିଆ ଓଡ଼ିଶା ଗସ୍ତରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ସେ ୨୨ ତାରିଖ ଅପରାହ୍‌ ୪ଟାରେ ମହାପ୍ରଭୁଙ୍କୁ ଦର୍ଶନ ଓ ପୂଜାର୍ଚ୍ଚନା କରିବେ। ପରେ ସେ ବଙ୍ଗାଳି ପର୍ଯ୍ୟଟକମାନଙ୍କ ପାଇଁ ନିର୍ମାଣ ହେବାକୁ ଥିବା ଅତିଥି ଭବନର ଭିତ୍ତିପ୍ରସ୍ତର ସ୍ଥାପନ କରିବେ।  ପୁରୀରେ ରହଣି କାଳରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ।  ଆସନ୍ତାକାଲି ଅପରାହ୍ମରେ ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିବେ ମମତା ବାନାର୍ଜୀ । ଶ୍ରୀଜିଉଙ୍କୁ ପୂଜାର୍ଚ୍ଚନା କରି ପୁରୀରେ ଦ୍ବିତୀୟ ଦିନ ରାତ୍ରୀଯାପନ କରିବେ ।ଏହାପରେ ୨୩ ତାରିଖରେ ଭୁବନେଶ୍ବର ଆସି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସରେ ସୌଜନ୍ୟମୂଳକ ସାକ୍ଷାତ କରିବେ ମମତା ।