ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସହରର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କ ପ୍ରସିଦ୍ଧ ଛତର ବିଜୟଯାତ୍ରା ରବିବାର ଶାନ୍ତିଶୃଙ୍ଖଳା ତଥା ଉତ୍ସାହ ଓ ଉଦ୍ଦୀପନା ମଧ୍ୟରେ ସମ୍ପନ୍ନ ହୋଇଛି। ପ୍ରଥା ଆଗରେ ପୁଣି ମୁଣ୍ଡ ନୁଆଁଇଲା ପ୍ରଶାସନ। ବାରଣ ସତ୍ତ୍ବେ ପଡ଼ିଲା ବଳି।ହଜାରହଜାର ପ୍ରାଣୀଙ୍କ ରକ୍ତରେ ଭିଜିଲା ଜେନାଖାଲ ନିକଟରୁ ମାଣିକେଶ୍ୱରୀ ମନ୍ଦିର ପର୍ଯ୍ୟନ୍ତ ରାଜରାସ୍ତା। ସହରର ଜେନାଖାଲଠାରୁ ମାଣିକେଶ୍ୱରୀ ମନ୍ଦିର ପର୍ଯ୍ୟନ୍ତ ମା’ ମାଣିକେଶ୍ୱରୀଙ୍କ ଚଳନ୍ତି ପ୍ରତିମା ଛତରର ଦର୍ଶନ ନିମନ୍ତେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଥିଲା। ବଳି ବନ୍ଦ ପାଇଁ ସର୍ବୋଚ୍ଚ ନ୍ୟାୟାଳୟ ଓ ଉଚ୍ଚନ୍ୟାୟାଳୟଙ୍କ ନିର୍ଦ୍ଦେଶନାମା ରହିଥିଲେ ହେଁ ହଜାର ହଜାର ଭକ୍ତ ସେମାନଙ୍କର ମାନସିକ ପୂରଣ ନିମନ୍ତେ ବଳି ଦେଇଥିଲେ।ଲକ୍ଷାଧିକ ଭକ୍ତଙ୍କ ଗହଣରେ ଘୁମୁରା, ନିଶାନ, ଘଣ୍ଟ ଆଦି ବାଦ୍ୟ ମଧ୍ୟରେ ଛିଟକନା, ମନ୍ଦାରଫୁଲ, ବେଲପତ୍ର ମାଳରେ ବସ୍ତ୍ରାବୃତ୍ତ ‘ଛତର’ ଝୁମି ଝୁମି ମାଣିକେଶ୍ୱରୀ ମନ୍ଦିରକୁ ମଧ୍ୟାହ୍ନ ୧୨ଟା ୧୮ ମିନିଟରେ ପ୍ରତ୍ୟାବର୍ତ୍ତନ କରିଥିଲା। ଛତରକୁ ମାନସିକ କରିଥିବା ହଜାର ହଜାର ଭକ୍ତ କୁକୁଡ଼ା, ପାରା, ବୋଦା, ମେଣ୍ଢା ଆଦି ଜାତୀୟ ରାଜପଥ ୨୬ର ଉଭୟ ପାର୍ଶ୍ବରେ ବଳି ଦେଇଥିଲେ। ଫଳରେ ସମଗ୍ର ରାଜରାସ୍ତା ରକ୍ତରଞ୍ଜିତ ହୋଇଯାଇଥିଲା। ଛତର ସମ୍ମୁଖରେ ଘୁମୁରା ନୃତ୍ୟ, ସିଂହବାଦ୍ୟ, ଘଣ୍ଟବାଦ୍ୟ ଓ ନିଶାନ ବାଦ୍ୟ ଆଦି ଦଳ ଶୋଭାଯାତ୍ରାରେ ଅଂଶଗ୍ରହଣ କରିଥିଲେ। ମା’ଙ୍କ ଛତର ସିଂହଦ୍ୱାର ନିକଟରେ ପହଞ୍ଚିବା ପରେ ମହାରାଜା ଅନନ୍ତ ପ୍ରତାପ ଦେଓଙ୍କ ସହ ତାଙ୍କ ସପରିବାରର ସଦସ୍ୟମାନେ ବନ୍ଦାପନା କରି ସ୍ୱାଗତ ଜଣାଇ ମନ୍ଦିର ଭିତରକୁ ନେଇଥିଲେ।
Trending
- ‘ଆପଣଙ୍କ ପୁଞ୍ଜୀ ଆପଣଙ୍କ ଅଧିକାର’ ସଚେତନତା ଅଭିଯାନ ଗାନ୍ଧୀନଗରରୁ ଶୁଭାରମ୍ଭ, ଉଦ୍ଘାଟନ କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
- 7-15 ବର୍ଷ ବୟସର ପିଲାଙ୍କ ପାଇଁ ଆଧାର ବାୟୋମେଟ୍ରିକ୍ ସଂଶୋଧନ ଦେୟ ଛାଡ଼ କଲା ୟୁଆଇଡିଏଆଇ
- 6 ବର୍ଷରେ ପ୍ରାୟ 17 କୋଟି ନିଯୁକ୍ତି ସୃଷ୍ଟି କରିଛି ଭାରତ
- ରାଜ୍ୟର ଦଶହରା ଦୁର୍ଗାମେଢ଼ଙ୍କୁ ୭ କୋଟି ୧ ଲକ୍ଷ ୪୦ ହଜାର ଟଙ୍କା ଆର୍ଥିକ ଅନୁଦାନ ରାଶି ପ୍ରଦାନ କଲେ ରାଜ୍ୟ ସରକାର
- ନକ୍ସଲବାଦୀମାନେ ଏବେ ସେମାନଙ୍କର ଅସ୍ତ୍ରଶସ୍ତ୍ର ଆତ୍ମସମର୍ପଣ କରିବାକୁ ପଡିବ – ଅମିତ ଶାହ
- ଚୌଦ୍ବାର ଜେଲ୍ରୁ ଦୁଇ ହାର୍ଡକୋର କଏଦୀ ଫେରାର
- ପେଶାୱରରେ ବୋମା ବିସ୍ପୋରଣ, ୯ ମୃତ
- ଟିକସ ହସ୍ତାନ୍ତର ବାବଦରେ ଓଡିଶାକୁ ଆଗୁଆ ୪୬୦୧ କୋଟି
- ସ୍ୱଦେଶୀ ପ୍ଲାଟଫର୍ମ ଏବଂ ସେବା ବ୍ୟବହାର ଦିଗରେ କେନ୍ଦ୍ର ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରୟାସ
- ରାଜ୍ୟସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳିତ , ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ
Next Post