୧୯୯୦ ବ୍ୟାଚ୍ର ବରିଷ୍ଠ ଆଇଏଏସ୍ ହେଉଛନ୍ତି ମନୋଜ ଆହୁଜା । ଏବେ କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ସଚିବ ଅଛନ୍ତି ମନୋଜ ଆହୁଜା । ମନୋଜଙ୍କୁ ଓଡ଼ିଶା ଫେରାଇବା ନେଇ କ୍ୟାବିନେଟ କମିଟିର ମଂଜୁରୀ ହୋଇଛି । ରାଜ୍ୟ ସରକାରଙ୍କ ଆବେଦନ ଆଧାରରେ ମଂଜୁରୀ ଦେଲା କ୍ୟାବିନେଟ ।ତେବେ ଆଗକୁ ସେ ତାଙ୍କର ଗୁରୁ ଦାୟିତ୍ୱକୁ ସୂଚାର ରୂପେ ତୁଲାଇବେ ବୋଲି ଆଶା ରହିଛି । କେନ୍ଦ୍ରୀୟ ଡେପୁଟେସନ୍ରେ ଥିବା ୧୯୯୦ ବ୍ୟାଚ୍ର ଆଇଏଏସ୍ ଅଧିକାରୀ ମନୋଜ ଆହୁଜା ଏବେ କେନ୍ଦ୍ର କୃଷି ମନ୍ତ୍ରଣାଳୟ ସଚିବ ଭାବେ କାର୍ଯ୍ୟ କରୁଛନ୍ତି। ତାଙ୍କୁ ଓଡ଼ିଶା ଫେରାଇ ଆଣିବା ପାଇଁ ରାଜ୍ୟ ସରକାର କରିଥିବା ଅନୁରୋଧକୁ କେନ୍ଦ୍ର ସରକାର ଗ୍ରହଣ କରିଛନ୍ତି। କ୍ୟାବିନେଟ୍ର ନିଯୁକ୍ତି ସଂକ୍ରାନ୍ତୀୟ କମିଟି ତାଙ୍କୁ ଓଡ଼ିଶା ଫେରିବା ପାଇଁ ଅନୁମତି ଦେଇଛି। ଏଥିସହିତ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ମନୋଜ ଆହୁଜା ଆସନ୍ତା ଡିସେମ୍ବର ମାସରେ ଅବସର ନେବେ। ଶ୍ରୀ ଆହୁଜାଙ୍କ ପତ୍ନୀ ୧୯୯୦ ବ୍ୟାଚ୍ ଆଇଏଏସ୍ ଅଧିକାରୀ ଆରତୀ ଆହୁଜା କେନ୍ଦ୍ରୀୟ ଡେପୁଟେସନ୍ରେ ଥିଲା ବେଳେ ଗତ ଫେବ୍ରୁଆରି ମାସରେ ଅବସର ନେଇସାରିଛନ୍ତି। ବର୍ତ୍ତମାନର ମୁଖ୍ୟଶାସନ ସଚିବ ପ୍ରଦୀପ କୁମାର ଜେନା ଆସନ୍ତା ୩୦ ତାରିଖରେ ଅବସର ନେଉଛନ୍ତି।
Trending
- ନୂଆପଡ଼ା ଉପ-ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଲା
- ସାରା ଦେଶରେ ପର୍ଯ୍ୟାୟକ୍ରମେ ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (ଏସ୍ଆଇଆର୍) କରାଯିବ
- ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ତିନି ଗିରପ
- “ପଶ୍ଚିମବଙ୍ଗକୁ ଦୁଷ୍କର୍ମକାରୀ ଏବଂ ଅପରାଧୀଙ୍କ ପାଇଁ ଏକ ସୁରକ୍ଷିତ ଠିକଣା – ବିଜେପି
- ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ସଙ୍ଗୀତକାର ଅଭିଜିତ ମଜୁମଦାର
- ବିଜେପିରୁ ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ
- ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
- ଜଳେଶ୍ୱରର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
- ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ
Next Post