କନ୍ଧମାଳରେ ଏନ୍‌କାଉଣ୍ଟର ଜଣେ କ୍ୟାଡର ମାଓବାଦୀଙ୍କ ମୃତ୍ୟୁ

ବାଲିଗୁଡ଼ା: କନ୍ଧମାଳରେ ସୁରକ୍ଷା କର୍ମୀଙ୍କ ଏନ୍‌କାଉଣ୍ଟର । ଏନକାଉଁଟରରେ ଜଣେ ମାଓବାଦୀଙ୍କ ମୃତ୍ୟୁ ହୋଇଛି । ମାଓବାଦୀ ନିକଟରୁ ଏକ ଏକେ-୪୭ ଜବତ ବି ହୋଇଛି। କନ୍ଧମାଳ-କଳାହାଣ୍ଡି ଜିଲ୍ଲା ସୀମାନ୍ତ ବାଲିଗୁଡ଼ା ଥାନା ବୁଦାନାଇ ଜଙ୍ଗଲରେ ଏସଓଜି ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ବେଳେ ଏଭଳି ଘଟଣା ଘଟିଥିବା କୁହାଯାଉଛି। ଏସଓଜି ପକ୍ଷରୁ ଏବେ ବି ସର୍ଚ୍ଚ ଅପରେସନ ଜାରି ରହିଛି। ଘଟଣାସ୍ଥଳରୁ ମାଓବାଦୀମାନେ ଛତ୍ରଭଙ୍ଗ ଦେଇଥିବା ଜଣାଯାଇଛି। ଖାଲି ସେତିକି ନୁହେଁ, ଘଟଣାସ୍ଥଳରୁ ବିପୁଳ ପରିମାଣର ମାଓ ସାମଗ୍ରୀ ବି ଜବତ ହୋଇଛି।