ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ

 କଟକ:  ଗଣଶିକ୍ଷା ବିଭାଗ ମନ୍ତ୍ରୀ ପ୍ରମିଳା ମଲ୍ଲିକ ଓ ସଚିବଙ୍କ ଉପସ୍ଥିତି‌ରେ ଦଶମ ପରୀକ୍ଷାଫଳ ପ୍ରକାଶ ପାଇଛି। ମନ୍ତ୍ରୀ ପରୀକ୍ଷାଫଳ ପୁସ୍ତିକାକୁ ଉନ୍ମୋଚନ କରିଛନ୍ତି। ଏଥର ପାସ୍ ହାର ରହିଛି ୯୬.୪ ପ୍ରତିଶତ। ଏବର୍ଷ ମୋଟ ୫୦୫୪୦୪ ଛାତ୍ରଛାତ୍ରୀ ପାସ୍ କରିଛନ୍ତି। ସେମାନଙ୍କ ମଧ୍ୟରୁ ୨୫୧୨୯୮ ଜଣ ଛାତ୍ର ଓ ୨୫୭୧୦୬ଜଣ ଛାତ୍ରୀ ଥିବା ଜଣାଯାଇଛି। ଗତ ବର୍ଷ ତୁଳନାରେ ଏ ବର୍ଷ ପରୀକ୍ଷାଫଳ ଭଲ ହୋଇଛି। ଛାତ୍ରଙ୍କ ତୁଳନାରେ ଏଥର ଛାତ୍ରୀମାନଙ୍କର ପାସ୍ ହାର ଅଧିକ ରହିଛି। ଏ-1- ୪,୧୫୮, ଏ2- ୨୯,୮୩୮ ଛାତ୍ରଛାତ୍ରୀ ପାସ୍‌ କରିଛନ୍ତି  । ବି1- ୭୭,୫୬୭, ବି2-୧,୧୮,୭୫୦ ଛାତ୍ରଛାତ୍ରୀ ପାସ୍‌ କରିଛନ୍ତି । ସକାଳ ୧୦ଟାରେ କଟକ ବୋର୍ଡ କାର୍ଯ୍ୟାଳୟରେ ଆନୁଷ୍ଠାନିକ ଭାବେ ରେଜଲ୍ଟ ପୁସ୍ତିକା ଉନ୍ମୋଚନ କରାଯାଇଛି। ଅପରାହ୍ଣ ୧୨ଟା ସୁଦ୍ଧା ବୋର୍ଡ ୱେବ୍ ସାଇଟରେ ରେଜଲ୍ଟ ଉପଲବ୍ଧ ହେବ। www. bseodisha.ac.in ୱେବ୍‌ସାଇଟ୍‌ରେ ଛାତ୍ରଛାତ୍ରୀ ରେଜଲ୍ଟ ଚେକ୍‌ କରିପାରିବେ।