ଝାରସୁଗୁଡା ଉପନିର୍ବାଚନ ପାଇଁ ମେ’ ୧୦ରେ ଭୋଟ୍‌ ଗ୍ରହଣ: ରାଜନୀତି ସରଗରମ

ଝାରସୁଗୁଡ଼ାରେ ଉପନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇଛି । ଆସନ୍ତା ମେ’ ୧୦ ତାରିଖରେ ଏଠାରେ ଭୋଟ୍‌ ଗ୍ରହଣ କରାଯାଇ ୧୩ ତାରିଖରେ ଫଳାଫଳ ପ୍ରକାଶ ପାଇବ।  ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ  ଏହି ସୂଚନା ଦେଇଛନ୍ତି।  ଆସନ୍ତା ଏପ୍ରିଲ ୧୩ ତାରିଖରେ  ନୋଟିଫିକେସନ୍ ପ୍ରକାଶ ପାଇବ। ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ ଏବଂ ୨୧ ତାରିଖରେ ପ୍ରାର୍ଥୀପତ୍ର ଯାଞ୍ଚ ହେବ। ୨୪ ତାରିଖ ନାମାଙ୍କନ ପ୍ରତ୍ୟାହାରର ଶେଷ ଦିନ ହୋଇଥିବା ବେଳେ ମେ’ ୧୦ ତାରିଖରେ ଭୋଟିଂ ହୋଇ ୧୩ରେ ଫଳାଫଳ ପ୍ରକାଶ ପାଇବ।