କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି ସହ ବର୍ଷା
ଭୁବନେଶ୍ବର : କାଳବୈଶାଖୀ ପ୍ରଭାବରେ ବାଲେଶ୍ବର, କନ୍ଧମାଳ, ରାୟଗଡ଼ା, ବୌଦ୍ଧ ଓ କଳାହାଣ୍ଡି ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇଯାଇଛି। ଆସନ୍ତା ୨ ଦିନରେ ରାଜ୍ୟର ଅଧିକାଂଶ ସ୍ଥାନରେ ଏହିଭଳି ବର୍ଷା ହେବ। ୧୧ ତାରିଖରୁ ରାଜ୍ୟରେ କାଳବୈଶାଖୀର ପ୍ରଭାବ କମିବ। ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ସର୍ବାଧିକ ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ।