୧୧ଟାରେ ପ୍ରକାଶ ପାଇବ OJEE ରେଜଲ୍ଟ

ଭୁବନେଶ୍ୱର: ଆଜି ପ୍ରକାଶ ପାଇବ ଓଜେଇଇ ରେଜଲ୍ଟ। ଦିନ ୧୧ଟାରେ ବିଭାଗୀୟ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼ାଇ ପରୀକ୍ଷା ଫଳ ପ୍ରକାଶ କରିବେ। ଏହାପରେ ଛାତ୍ରଛାତ୍ରୀ ୱେବସାଇଟରୁ ନିଜ ରେଜଲ୍ଟ ପାଇପାରିବେ। www.ojee.nic.inରେ ରେଜଲ୍ଟ ଉପଲବ୍ଧ ହେବ। ଚଳିତବର୍ଷ ୫୫ହଜାର ୯୭୯ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି। ଏଥିପାଇଁ ରାଜ୍ୟରେ ୪୪ଟି କେନ୍ଦ୍ର ସହ ରାଜ୍ୟ ବାହାରେ ୩ଟି କେନ୍ଦ୍ର କରାଯାଇଥିଲା।