ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କୁ ଉଚ୍ଚ ଶିକ୍ଷା ବିଭାଗର ଅତିରିକ୍ତ ଦାୟିତ୍ବ

ଭୁବନେଶ୍ୱର:  ସମବାୟ ଓ ଖାଦ୍ୟ ଯୋଗାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କୁ ମିଳିଛି ଉଚ୍ଚ ଶିକ୍ଷା ବିଭାଗର ଅତିରିକ୍ତ ଦାୟିତ୍ବ । ମନ୍ତ୍ରିମଣ୍ଡଳରୁ ରୋହିତଙ୍କୁ ବାଦ ଦେବାକୁ ରାଜ୍ୟପାଳଙ୍କୁ ସୁପାରିସ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ । ବାର୍ଷିକ ସମୀକ୍ଷାରେ ଉଚ୍ଚଶିକ୍ଷା ବିଭାଗର ଦୁର୍ବଳ ପ୍ରଦର୍ଶନ ଯୋଗୁ ରୋହିତଙ୍କୁ ମନ୍ତ୍ରିମଣ୍ଡଳରୁ ବିଦା କରିବାକୁ ସୁପାରିସ କରିଥିଲେ ମୁଖ୍ୟମନ୍ତ୍ରୀ । ତେବେ ଏହାକୁ ନେଇ ରାଜନୀତି ମହଲରେ ଭିନ୍ନ ଚର୍ଚା ହେଉଛି । ନେତାଙ୍କ ବୟସକୁ ନେଇ ରୋହିତ ପୂଜାରି ଦେଇଥିବା ମନ୍ତବ୍ୟ ପାଇଁ ମୁଖ୍ୟମନ୍ତ୍ରୀ ତାଙ୍କ ଉପରେ ଖପ୍ପା ଥିବା କୁହାଯାଉଛି । ତେବେ ରୋହିତ ପୂଜାରୀ କହିଛନ୍ତି ସେ ଠିକ୍ ଭାବେ ଦାୟିତ୍ବ ନିର୍ବାହ କରିଛନ୍ତି ।