ଆଜିଠୁ ତିନିଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ରେଳମନ୍ତ୍ରୀ

 

ଭୁବନେଶ୍ବର : ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି।  ଆଜି ସନ୍ଧ୍ୟାରେ ଶ୍ରୀ ବୈଷ୍ଣବ ବିଶ୍ୱପ୍ରସିଦ୍ଧ ରଥଯାତ୍ରାକୁ ଦୃଷ୍ଟିରେ ରଖି ପୁରୀ ରେଳ ଷ୍ଟେସନ ନିରୀକ୍ଷଣ ସହ ତୀର୍ଥଯାତ୍ରୀଙ୍କ ପାଇଁ ଆୟୋଜନ କରାଯାଇଥିବା ବିଭିନ୍ନ ସୁବିଧା ଓ ବ୍ୟବସ୍ଥାର ସମୀକ୍ଷା କରିବେ। ଜୁନ ୨୦ ତାରିଖ ପୂର୍ବାହ୍ନରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ବୈଷ୍ଣବ ପୁରୀରେ ରଥଯାତ୍ରା ପରିଦର୍ଶନ କରିବା ପରେ ବାଲେଶ୍ୱର ଜିଲ୍ଲା ବାହାନଗା ବଜାରକୁ ଯାଇ ସ୍ଥାନୀୟ ଲୋକ ଏବଂ ଉଦ୍ଧାରକାରୀଙ୍କ ସହ କଥାବାର୍ତ୍ତା କରିବେ। ଅପରାହ୍ନରେ ବାଲେଶ୍ୱର ଜିଲ୍ଲା ଡାକ୍ତରଖାନା ଓ ଜିଲ୍ଲା ପ୍ରଶାସନର ଅଧିକାରୀଙ୍କ ସହ ଆଲୋଚନା କରିବେ।