ଓଡ଼ିଆ ସାମ୍ବାଦିକ ଦିବସ ଭାବେ ଆଜିର ଦିନକୁ ଓଡ଼ିଶାବାସୀ ପାଳନ କରୁଛନ୍ତି । ରାଜ୍ୟରେ ଉତ୍କଳ ଦୀପିକା, ଓଡ଼ିଶାର ପ୍ରଥମ ଓଡ଼ିଆ ସମ୍ବାଦପତ୍ର ଭାବେ ଆଜିର ଦିନରେ ପ୍ରକାଶ ପାଇଥିଲା । ୪ ଅଗଷ୍ଟ ୧୮୬୬ ତାରିଖରେ ପ୍ରଥମ କରି ପ୍ରକାଶିତ ହୋଇଥିଲା । ଗୌରୀଶଙ୍କର ରାୟ ଏହାର ପ୍ରତିଷ୍ଠାତା ତଥା ପ୍ରଥମ ସମ୍ପାଦକ ଥିଲେ । ଉତ୍କଳ ଦୀପିକାର ସଫଳତା ଓଡ଼ିଶାରେ ସମ୍ବାଦପତ୍ର ପ୍ରକାଶନର ମୂଳଦୁଆ ପକାଇଥିଲା ।ଓଡ଼ିଶାରେ ଜାତୀୟ ସ୍ୱର ଉଠାଇବାରେ ଏହି ପତ୍ରିକାର ବଡ଼ ଭୂମିକା ରହିଥିଲା । ବିଶେଷ କରି ଗଣମାଧ୍ୟମ ପ୍ରତିନିଧି ଏବଂ ପାଠକମାନେ ଆଜିର ଦିନକୁ ସ୍ମରଣ କରୁଛନ୍ତି । ଏହା ପ୍ରଥମେ ସାପ୍ତାହିକ ଆକାରରେ ପ୍ରକାଶିତ ହୋଇଥିଲେ ସୁଦ୍ଧା ପରେ ଏହା ଦୈନିକ ହୋଇଥିଲା । ଗୌରୀଶଙ୍କର ରାୟ ଏବଂ ତାଙ୍କର ଘନିଷ୍ଠ ସହଯୋଗୀ ବିଚିତ୍ରାନନ୍ଦ ଦାସଙ୍କ ଉଦ୍ୟମରେ କଟକଠାରେ ପ୍ରତିଷ୍ଠିତ ‘କଟକ ପ୍ରିଣ୍ଟିଂ କମ୍ପାନୀ’ରୁ ଏହି ସମ୍ବାଦପତ୍ର ପ୍ରକାଶ ପାଉଥିଲା । ଉତ୍କଳ ଦୀପିକା ତତ୍କାଳିନ ଓଡ଼ିଶାକୁ ସାମାଜିକ, ନୈତିକ ତଥା ରାଜନୈତିକ କ୍ଷେତ୍ରରେ ନୂତନ ଦିଗଦର୍ଶନ ଦେବାରେ ସଫଳ ହୋଇଥିଲା ଏବଂ ଓଡ଼ିଆମାନଙ୍କ ସ୍ୱାର୍ଥରକ୍ଷା ପାଇଁ ସରକାରଙ୍କ ପାଖରେ ଦୃଢ଼ ଦାବି ଉପସ୍ଥାପିତ କରିବାରେ ଅଗ୍ରଣି ଭୂମିକା ଗ୍ରହଣ କରିଥିଲା । ଗୌରୀଶଙ୍କର ରାୟ ନିଜ ଅନ୍ତିମ ସମୟ ପର୍ଯ୍ୟନ୍ତ ଉତ୍କଳ ଦୀପିକାର ସମ୍ପାଦନା କରିଆସୁଥିଲେ । ଓଡ଼ିଶାର ଅସଂଖ୍ୟ ରଚନା ଯେତେବେଳେ ମୁଦ୍ରଣ ନ ହେବା ଯୋଗୁଁ ଲୁପ୍ତ ହୋଇଯାଉଥିଲା, ଉତ୍କଳ ଦୀପିକା ପକ୍ଷରୁ ଜାତିର ସାହିତ୍ୟ ରକ୍ଷା ପାଇଁ ଅନେକ କାର୍ଯ୍ୟ କରାଯାଇଥିଲା । ପରେ ଯେତେବେଳେ ଓଡ଼ିଶାରୁ ଓଡ଼ିଆ ଭାଷା ଉଠାଇ ଦେଇ ସ୍କୁଲମାନଙ୍କରେ ବଙ୍ଗଳାଭାଷା ପ୍ରବର୍ତ୍ତନ କରାଇ ଶେଷରେ ଓଡ଼ିଶାକୁ ବଙ୍ଗଳାରେ ସାମିଲ କରାଇ ନେବାର ଅପଚେଷ୍ଟା କରାଯାଉଥିଲା, ସେତେବେଳେ ଉତ୍କଳ ଦୀପିକା ଜନମତ ଜାଗ୍ରତ କରାଇ ପ୍ରତିରୋଧ କରିଥିଲା । ଆଜିର ଦିନକୁ ସେଥିପାଇଁ ଓଡ଼ିଆ ସାମ୍ବାଦିକ ଦିବସ ଭାବେ ପାଳନ କରାଯାଉଛି ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Next Post