ବ୍ରହ୍ମପୁର: ଗଂଜାମ ଜିଲ୍ଲା ବ୍ରହ୍ମପୁର ସହରରେ ନାଳରେ ଭାସିଯାଇ ନାବାଳକ ସାଇରାମ ପାତ୍ର (୧୦)ର ମୃତ୍ୟୁ ଘଟଣା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅବଗତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଏହି ଘଟଣା ନେଇ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ମୃତକଙ୍କ ପରିବାରବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିବା ସହ ୪ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।ସୂଚନାଯୋଗ୍ୟ, ଲକ୍ଷ୍ମୀନୃସିଂହ ସାହି ୧୪ନମ୍ବର ଗଳିର ଶେଷ ମୁଣ୍ଡରେ ଥିବା ନାଳରୁ ସାଇରାମଙ୍କ ମୃତଦେହ ଉଦ୍ଧାର ହୋଇଥିଲା। ଟିଉସନ ସାରି ଘରକୁ ଆସିବା ପରେ ସାଇକେଲ ଧରି ଘରୁ ବାହାରକୁ ଯିବା ବେଳେ ନାଳରେ ଖସି ପଡ଼ିଥିଲା। ଗତକାଲି ରାତି ୮ଟା ବେଳେ ସାଇକେଲ ଚଳାଇ ଆସୁଥିବା ସାଇରାମ ପାତ୍ର ହଠାତ୍ ରାସ୍ତା କଡ ନାଳରେ ପଡିଯାଇଥିଲା। ପ୍ରବଳ ବର୍ଷା ଯୋଗୁଁ ନାଳ ପାଣି ରାସ୍ତା ଉପରକୁ ମାଡ଼ି ଆସିଥିଲା। ଫଳରେ ରାସ୍ତା ଓ ନାଳ ଜଣାପଡ଼ୁ ନ ଥିଲା। ପାଣିର ପ୍ରଖର ସ୍ରୋତରେ ସେ ଭାସି ଯାଇଥିଲା।ନିକଟରେ ଥିବା କିଛି ଯୁବକ ତାଙ୍କୁ ବଞ୍ଚାଇବାକୁ ଚେଷ୍ଟା କରିଥିଲେ ମଧ୍ୟ ସଫଳ ହୋଇପାରି ନ ଥିଲେ। ପରେ କେବଳ ତାଙ୍କ ସାଇକେଲ ଟି ହିଁ ମିଳିଥିଲା। ସ୍ଥାନୀୟ ଲୋକେ ବିଏମ୍ସି ଓ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଅଗ୍ନିଶମ ଓ ବିଏମ୍ସିର ଉପସ୍ଥିତିରେ ଦୀର୍ଘ ୪ଘଣ୍ଟା ଧରି ଖୋଜାଖୋଜି ପରେ ପିଲାଟିର ମୃତଦେହ ଉଦ୍ଧାର ହୋଇଥିଲା । ପିଲାଟିର ମୃତଦେହ ଆମ୍ବୁଲାନ୍ସ ଯୋଗେ ବ୍ରହ୍ମପୁର ମେଡ଼ିକାଲକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
Trending
- ବିଜେଡି ଛାଡୁଛନ୍ତି ଅସନ୍ତୁଷ୍ଟ ବରିଷ୍ଠ ନେତା
- ବିଜେଡିରେ ଗୋଷ୍ଠୀ କନ୍ଦଳ ତୀବ୍ର
- ଓଏଏସ୍ ସ୍ତରରେ ଅଦଳବଦଳ
- ଭାରତର ନୂଆ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ୍ ଙ୍କ ରାଜନୈତିକ କ୍ୟାରିଅର୍ ସଂମ୍ପର୍କରେ ଜାଣନ୍ତୁ…..
- ମୋଦୀ ଯୁବା ମାରାଥନରେ ନିଶାମୁକ୍ତ ଭାରତର ବାର୍ତା ଦେବ ବିଜେପି ଯୁବମୋର୍ଚ୍ଚା
- ଉପରାଷ୍ଟ୍ରପତି ନିର୍ବାଚନ: ବିଜେଡି ସମଦୂରତା ରକ୍ଷାକରିବ
- ପୁଣି ବର୍ଷିଲେ ସୈାମ୍ୟ ରଞ୍ଜନ ପଟ୍ଟନାୟକ
- ନବୀନ ଦିଲ୍ଲୀରେ, ବିଜେଡି କାହାକୁ ଦେବ ଭୋଟ
- ରାଜ୍ୟ ରାଜନୀତିର ଦୁଇ ପ୍ରମୁଖ ଦଳ ବିଜେଡି ଆଉ ବିଜେପିର ମୁଖିଆ ଏବେ ଦିଲ୍ଲୀ ଗସ୍ତରେ
- ନବୀନ କାହାକୁ ସମର୍ଥନ କରିବେ ?