ବ୍ରହ୍ମପୁର: ଗଂଜାମ ଜିଲ୍ଲା ବ୍ରହ୍ମପୁର ସହରରେ ନାଳରେ ଭାସିଯାଇ ନାବାଳକ ସାଇରାମ ପାତ୍ର (୧୦)ର ମୃତ୍ୟୁ ଘଟଣା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅବଗତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଏହି ଘଟଣା ନେଇ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ମୃତକଙ୍କ ପରିବାରବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିବା ସହ ୪ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।ସୂଚନାଯୋଗ୍ୟ, ଲକ୍ଷ୍ମୀନୃସିଂହ ସାହି ୧୪ନମ୍ବର ଗଳିର ଶେଷ ମୁଣ୍ଡରେ ଥିବା ନାଳରୁ ସାଇରାମଙ୍କ ମୃତଦେହ ଉଦ୍ଧାର ହୋଇଥିଲା। ଟିଉସନ ସାରି ଘରକୁ ଆସିବା ପରେ ସାଇକେଲ ଧରି ଘରୁ ବାହାରକୁ ଯିବା ବେଳେ ନାଳରେ ଖସି ପଡ଼ିଥିଲା। ଗତକାଲି ରାତି ୮ଟା ବେଳେ ସାଇକେଲ ଚଳାଇ ଆସୁଥିବା ସାଇରାମ ପାତ୍ର ହଠାତ୍ ରାସ୍ତା କଡ ନାଳରେ ପଡିଯାଇଥିଲା। ପ୍ରବଳ ବର୍ଷା ଯୋଗୁଁ ନାଳ ପାଣି ରାସ୍ତା ଉପରକୁ ମାଡ଼ି ଆସିଥିଲା। ଫଳରେ ରାସ୍ତା ଓ ନାଳ ଜଣାପଡ଼ୁ ନ ଥିଲା। ପାଣିର ପ୍ରଖର ସ୍ରୋତରେ ସେ ଭାସି ଯାଇଥିଲା।ନିକଟରେ ଥିବା କିଛି ଯୁବକ ତାଙ୍କୁ ବଞ୍ଚାଇବାକୁ ଚେଷ୍ଟା କରିଥିଲେ ମଧ୍ୟ ସଫଳ ହୋଇପାରି ନ ଥିଲେ। ପରେ କେବଳ ତାଙ୍କ ସାଇକେଲ ଟି ହିଁ ମିଳିଥିଲା। ସ୍ଥାନୀୟ ଲୋକେ ବିଏମ୍ସି ଓ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଅଗ୍ନିଶମ ଓ ବିଏମ୍ସିର ଉପସ୍ଥିତିରେ ଦୀର୍ଘ ୪ଘଣ୍ଟା ଧରି ଖୋଜାଖୋଜି ପରେ ପିଲାଟିର ମୃତଦେହ ଉଦ୍ଧାର ହୋଇଥିଲା । ପିଲାଟିର ମୃତଦେହ ଆମ୍ବୁଲାନ୍ସ ଯୋଗେ ବ୍ରହ୍ମପୁର ମେଡ଼ିକାଲକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି