ମିଶନ ଶକ୍ତିର କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ମାନଙ୍କର ପ୍ରୋତ୍ସାହନ ରାଶି ବୃଦ୍ଧି

ମିଶନ ଶକ୍ତିର କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ମାନଙ୍କର ପ୍ରୋତ୍ସାହନ ରାଶି ବୃଦ୍ଧି ବିଷୟ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଘୋଷଣା କରିଛନ୍ତି । ସରକାରଙ୍କ ଏହି ପ୍ରୋତ୍ସାହନ ଅର୍ଥରାଶି ବୃଦ୍ଧି ଯୋଗୁଁ ମିଶନ ଶକ୍ତିର ୫୯,୫୦୯ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ଉପକୃତ ହେବେ । ରାଜ୍ୟରେ ମହିଳା ସଶକ୍ତିକରଣରେ ମିଶନ ଶକ୍ତିର କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ମାନଙ୍କର ଅତୁଳନୀୟ ଅବଦାନକୁ ସମ୍ମାନ ଜଣାଇବା ସହ ସେମାନଙ୍କୁ ଉତ୍ସାହିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରୋତ୍ସାହନ ରାଶିରେ ବୃଦ୍ଧି ଘୋଷଣା କରିଛନ୍ତି ।ମିଶନ ଶକ୍ତି ଅଧୀନରେ ୫୯,୫୦୯ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ଯଥା ଏମବିକେ, ସିଆରପି-ସିଏମ, ବ୍ୟାଙ୍କ ମିତ୍ର, ପ୍ରାଣୀ ମିତ୍ର, କୃଷି ମିତ୍ର ଓ ଜୀବିକା ସହାୟିକା କାର୍ୟ୍ୟରତ ଅଛନ୍ତି । ଏହି ନୂତନ ଘୋଷଣା ଅନୁଯାୟୀ ମିଶନ ଶକ୍ତି ଅଧୀନରେ ଗ୍ରାମପଞ୍ଚାୟତ ସ୍ତରରେ କାର୍ୟ୍ୟରତ ସମସ୍ତ କମ୍ୟୁନିଟି ସପୋର୍ଟ ଷ୍ଟାଫମାନେ ଉପକୃତ ହେବେ । ଉକ୍ତ ବର୍ଦ୍ଧିତ ପ୍ରୋତ୍ସାହନ ରାଶି ୨୦୨୩ ମସିହା ଅକ୍ଟୋବର ମାସଠାରୁ ପିଛିଲାଭାବେ ନିମ୍ନମତେ ଲାଗୁ କରାଯିବ ।