ବଲାଙ୍ଗୀରରେ ବିଜେଡି ସରକାରକୁ ଘେରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ନବୀନଙ୍କୁ ଟାର୍ଗେଟ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ସିଧା ସିଧା ରାଜ୍ୟ ସରକାରକୁ ତୀର ମାରିବା ସହିତ, ଏଥର ନବୀନ ପ୍ରଚାର କରିବାକୁ ଆସିଲେ ତାଙ୍କୁ କଣ୍ଟାବାଞ୍ଜିର ୧୦ଟି ଗାଁର ନାଁ ବିନା କାଗଜ ଧରି ପଚାରିବାକୁ ଲୋକଙ୍କୁ ଆହ୍ୱାନ ଦେଇଛନ୍ତି ମୋଦୀ । ଯାହାକୁ ନେଇ ଏବେ ସାରା ରାଜ୍ୟରେ ରାଜନୀତି ଜୋର ଧରିଛି । ଯେବେ ନବୀନ ବାବୁ ଏଠାକୁ ନିର୍ବାଚନ ପ୍ରଚାରରେ ଆସନ୍ତି, ତାଙ୍କୁ ଭେଟିଲେ ବିନା କାଗଜ ଧରି କଣ୍ଟାବାଞ୍ଜିର ୧୦ଟି ଗାଁର ନାଁ ପଚାରିବେ । ସେ ୧୦ଟି ଗାଁ ର ନାଁ କହିପାରିବେ ନାହିଁ । ସେପଟେ ଜୁନ୍ ୪ ତାରିଖ ହେଉଛି ବିଜେଡି ସରକାରର ଏକ୍ସପାଏରୀ ଡେଟ୍ । ଜୁନ୍ ୧୦ ତାରିଖରେ ବିଜେପି ଓଡିଶାରେ ସରକାର ଗଢିବା ସହିତ ବିଜେପିର ମୁଖ୍ୟମନ୍ତ୍ରୀ ଶପଥ ଗ୍ରହଣ କରିବେ ବୋଲି ମୋଦୀ କହିଛନ୍ତି । ବିଜେପିର ମୁଖ୍ୟମନ୍ତ୍ରୀ ସେ ବନିବେ, ଯିଏ ଓଡିଶା ମାଟିରେ ଜନ୍ମ ହେଇଛି । ଯିଏ ଏଠାକାର ସଂସ୍କୃତି ସହ ବଞ୍ଚିଛି, ଭଗବାନ ଜଗନ୍ନାଥଙ୍କ ଚରଣରେ ବଡ ହେଇଛି । ଏହା ହେଉଛି ମୋଦୀର ଗ୍ୟାରେଣ୍ଟି ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ । ଆପଣ ୨୫ ବର୍ଷ ଧରି ବିଜେଡିକୁ ଅବସର ଦେଲେ । ବିଜେଡି ନେତାଙ୍କ ଘର ହେଇଗଲା, ଗାଡି ହେଇଗଲା । ହେଲେ ଏହାପରେ ବି, ଏଠାକାର ଲୋକ ଦାଦନ ପାଇଁ ପଳାୟନ ହେବାକୁ ବାଧ୍ୟ ହେଉଛି । ଖାଲି ସେତିକି ନୁହେଁ, ବିଜେଡି ସରକାର ଚାଷୀଙ୍କ ସହ ବଡ ଧୋକା କରିଛି । ଏଠି ଧାନ ଚାଷୀଙ୍କୁ ଏମଏସପି ମିଳୁନି । ଏଠି ଧାନ ମଣ୍ଡିରେ ଘୋଟାଲା ହେଉଛି ।
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି