ଦୀପାବଳି ଅବସରରେ ଓଡିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋହନ ମାଝି
ଦୀପାବଳି ଅବସରରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସୋସିଆଲ ମିଡିଆରେ ସେ ଟୁଇଟ୍ କରି କହିଛନ୍ତି, ଆଲୋକ ଓ ଆନନ୍ଦର ପର୍ବ ଦୀପାବଳି ଅବସରରେ ଓଡ଼ିଶାର ସମସ୍ତ ଭାଇ ଓ ଭଉଣୀ ମାନଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ। ଏହି ଅବସରରେ ସମସ୍ତଙ୍କ ଜୀବନରୁ ଅନ୍ଧକାର ଦୂର ହୋଇ ଜ୍ଞାନର ଅଭ୍ୟୁଦୟ ହେଉ ଏତିକି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ମୋର ପ୍ରାର୍ଥନା ।