ରାଜ୍ୟରୁ ସମ୍ପୂର୍ଣ୍ଣ ଭାବେ ମୌସୁମୀ ପ୍ରତ୍ୟାବର୍ତ୍ତନ କରିବା ପରେ ଗୁଳୁଗୁଳି କମିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପକ୍ଷରେ ଦକ୍ଷିଣ-ପୂର୍ବ ବାଲାଂଦେଶ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣବଳୟ ସୃଷ୍ଟି ହୋଇଛି। ଶୁକ୍ରବାର ଏହା ଉତ୍ତର ବଙ୍ଗୋପସାଗର ଓ ପାଶ୍ୱବର୍ତ୍ତୀ ଅଞ୍ଚଳକୁ ଅଗ୍ରସର ହେବା ଫଳରେ ରାଜ୍ୟରେ ବିଜୁଳି ଘଡଘଡ଼ି ସହ ବର୍ଷା ହେବ। ଏଥିପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଢ଼େଙ୍କାନାଳ, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁର ଆଦି ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି ପାଣିପାଗ କେନ୍ଦ୍ର। କାଲି ଠାରୁ ଉତ୍ତର ଓଡ଼ିଶା, ଦକ୍ଷିଣ ଉପକୂଳ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣ ବର୍ଷା ସମ୍ଭାବନା ରହିଛି। ବିଶେଷକରି ମାଲକାନଗିରି, କୋରାପୁଟ୍, ରାୟଗଡ଼ା, ନବରଙ୍ଗପୁର ଆଦି ଜିଲାରେ ବର୍ଷା ହେବାକୁ ଥିବାବେଳେ ଅନ୍ୟାନ୍ୟ ଜିଲାରେ ପାଗ ପ୍ରାୟ ଶୁଖିଲା ରହିବ। ୯ ତାରିଖ ଅପରାହ୍ନ ପର୍ଯ୍ୟନ୍ତ ଏଭଳି ପାଗ ରହିପାରେ।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Prev Post
Next Post