ରାଜଧାନୀରେ ଚାଷୀଙ୍କୁ ଉଠାଇନେଲା ପୋଲିସ

ଭୁବନେଶ୍ବର: ନବନିର୍ମାଣ କୃଷକ ସଂଗଠନ ପକ୍ଷରୁ ଆନ୍ଦୋଳନ କରାଯାଇଛି । ସଂଗଠନର କର୍ମୀମାନେ ରାସ୍ତାରେ ଧାନ ଢାଳି ପ୍ରତିବାଦ କରିଥିଲାବେଳେ ପୋଲିସ ସେମାନଙ୍କୁ ଉଠାଇ ନେଇଛି । ନବୀନ ନିବାସ ଯିବା ବାଟରେ ପୁଲିସ ଅଟକାଇବା ଯୋଗୁ କୃଷକ ଓ ପୁଲିସ୍ ମଧ୍ୟରେ କିଛି ସମୟ ଧରି ଧସ୍ତାଧସ୍ତି ଦେଖିବାକୁ ମିଳିଥିଲା। ଧାନର ସହାୟକ ମୂଲ୍ୟ ଚାଷୀଙ୍କୁ ମିଳୁନାହିଁ। ଦଲାଲମାନେ ମାଲାମାଲ ହେଉଛନ୍ତି, ଆଉ ଚାଷୀ କ୍ଷତିଗ୍ରସ୍ତ ହେଉଛନ୍ତି। ଶତାଧିକ ଚାଷୀ ଦୁଇଟି ଟ୍ରାକ୍ଟରରେ ଧାନ ବସ୍ତା ଆଣି ନବୀନ ନିବାସ ଆଡ଼କୁ ଯିବାକୁ ଉଦ୍ୟମ କରିଥିଲେ। ହେଲେ ନବୀନ ନିବାସକୁ ଯିବା ବାଟରେ ନବନିର୍ମାଣ କୃଷକ ସଂଗଠନର କର୍ମୀମାନଙ୍କୁ ଉଠାଇ ନେଇଛି ପୋଲିସ ।