ମତଦାନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭୁବନେଶ୍ୱରର ୧୧୪ ନମ୍ବର ବୁଥରେ ଭୋଟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ନବୀନ ନିବାସରୁ ଚାଲି ଚାଲି ଆସି ଭୋଟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଉଭୟ ଲୋକସଭା ଓ ବିଧାନସଭା ଆସନ ପାଇଁ ଭୋଟ ଦେଇଛନ୍ତି ନବୀନ ।ଭୋଟ ଦେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ଗଣତନ୍ତ୍ରର ମହାନ୍ ପର୍ବରେ ସାମିଲ ହୋଇ ବହୁତ ଖୁସି । ସମସ୍ତେ ଆସି ମତଦାନ କରିବାକୁ କହିଛନ୍ତି ନବୀନ । ଏହାସହ ବିଜେଡି ଉଭୟ ଲୋକସଭା ଓ ବିଧାନସଭାରେ ଭଲ ପ୍ରଦର୍ଶନ କରିବ । ବିଜେଡି ଉପରେ ଓଡ଼ିଶାବାସୀଙ୍କ ଆଶୀର୍ବାଦ ରହିଛି । ମହାପ୍ରଭୁ ଓ ଓଡ଼ିଶାବାସୀଙ୍କ ଆଶୀର୍ବାଦରେ ଓଡ଼ିଶାରେ ବିଜେଡି ସ୍ଥିର ସରକାର ଗଠନ କରିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।
Trending
- ସାମୁଦ୍ରିକ ଝଡ଼ ‘ମନ୍ଥା’ : ଓଡ଼ିଶା ପାଇଁ ଟଳିଗଲା ବିପଦ
- ସାମୁଦ୍ରିକ ଝଡ଼ ‘ମୋନ୍ଥା’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଜାରି , ରାତି ୧୨ଟା ସୁଦ୍ଧା ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଶେଷ ହେବ
- ୮ମ ବେତନ କମିଶନକୁ ଅନୁମୋଦନ
- ଜିରୋ କାଜୁଆଲିଟି ସରକାରଙ୍କ ଲକ୍ଷ୍ୟ , ପ୍ରଥମ ଓ ଦ୍ୱିତୀୟ ଦିନରେ ୫ଟି ଜିଲ୍ଲା ପ୍ରଭାବିତ ହେବ – ମୁଖ୍ୟମନ୍ତ୍ରୀ
- ଭୟ ନକରି ସତର୍କ ରୁହନ୍ତୁ, ଆମେ ଏକାଠି ବାତ୍ୟାର ମୁକାବିଲା କରିବା – ନବୀନ
- ଛଠ ପୂଜା କାର୍ଯ୍ୟକ୍ରମରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବର୍ତ୍ତମାନ ମୋନ୍ଥା ଗୋପାଳପୁର ଠାରୁ ୫୫୦ କିଲୋମିଟର ଦକ୍ଷିଣ ଦକ୍ଷିଣ-ପଶ୍ଚିମ ଦିଗରେ ରହିଛି
- ବାତ୍ୟା ପାଇଁ ଖୋର୍ଦ୍ଧା ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା
- ସମ୍ଭାବ୍ୟ ବାତ୍ୟା ‘ମୋନ୍ଥା’ ପାଇଁ ୮ ଜିଲାରେ ସ୍କୁଲ ଛୁଟି ଘୋଷଣା
- ବାତ୍ୟାର ପ୍ରଭାବ ଦାରିଙ୍ଗବାଡ଼ିରେ ଦେଖିବାକୁ ମିଳିଛି, ମଧ୍ୟାହ୍ନରୁ ବର୍ଷା, ପବନ ଲାଗିରହିଛି
Prev Post