ବାହାନଗାରେ ଦେବଦୂତ ସାଜିଥିବା ଲୋକଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବାହାନଗା ଟ୍ରେନ ଦୁର୍ଘଟଣାବେଳେ ଲୋକଙ୍କୁ ଉଦ୍ଧାର କରିଥିବା ସ୍ଥାନୀୟ ଲୋକ ଓ ଉଦ୍ଧାରାକାରୀ ଦଳକୁ ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବାହାନଗା ଟ୍ରେନ ଟ୍ରାଜେଡି ବେଳେ ବାହାନଗାବାସୀ ଓ ଉଦ୍ଧାରକାରୀ ଦଳ ଯେଉଁଭଳି ସେବା କରିଥିଲେ ତାହା ପ୍ରଶଂସନୀୟ ।

ଏଥିପାଇଁ ସମସ୍ତଙ୍କୁ ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହା ସହିତ ରେଳ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି ।  ସ୍ଥାନୀୟ ଲୋକଙ୍କର ନିସ୍ବାର୍ଥପର ସେବା ଓ ପ୍ରଶାସନକୁ ସମସ୍ତେ ପ୍ରଶଂସା କରିଥିଲେ । ସ୍ୱେଚ୍ଛାସେବୀମାନେ ମଧ୍ୟ ଦୁର୍ଘଟଣାର ସ୍ମୃତିଚାରଣ କରିଥିଲେ । ଲୋକସେବା ଭବନରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଥିବା ଗୋଷ୍ଠୀସ୍ତରୀୟ ସ୍ବେଚ୍ଛାସେବୀ, ସ୍ବତନ୍ତ୍ର ଉଦ୍ଧାରକାରୀ ଦଳ ଏବଂ ଅନୁଷ୍ଠାନମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ସମାଜରେ ସେବା ଓ ବଳିଦାନକୁ ହୃଦବୋଧ କରିବା ଦରକାର ।  ସେବା ଓ ପରୋପକାର ସବୁଠୁ ବେଶୀ ଆତ୍ମସନ୍ତୋଷ ଦେଇଥାଏ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ