ମୋ ସରକାର’ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  ‘ମୋ ସରକାର’ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି । ସମୀକ୍ଷାରେ ସ୍ବାସ୍ଥ୍ୟ, ରାଜସ୍ବ, ଗୃହ, କୃଷି ଓ ଅନ୍ୟାନ୍ୟ ବିଭାଗ ସେମାନଙ୍କ ମୋ ସରକାର କାର୍ଯ୍ୟକ୍ରମ ଉପରେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଉପସ୍ଥାପନା ରଖିଥିଲେ। ଲୋକଙ୍କୁ ବିଭିନ୍ନ ସେବା ଯୋଗାଇ ଦେବାର ସମୟ ସୀମା ବହୁତ କମିଯାଇଛି। ପୂର୍ବରୁ ମ୍ୟୁଟେସନ କେସ୍‌ ଗୁଡିକରେ ଫଇସଲା ପାଇଁ ୧୦୦ରୁ ୧୫୦ ଦିନ ଲାଗୁ ଥିବା ବେଳେ, ୨୦୨୩-୨୪ରେ ଏହା ୨୧ ଦିନରୁ କମ୍‌ ସମୟ ଲାଗୁଛି । ଏପରିକି ୩,୭୦,୦୦୦ ପଟ୍ଟା ୭ ଦିନ ମଧ୍ୟରେ ପ୍ରଦାନ କରାଯାଇଛି। ସେହିପରି ବିଭିନ୍ନ ସାର୍ଟିଫିକେଟ ପ୍ରଦାନ କ୍ଷେତ୍ରରେ ମଧ୍ୟ ଯଥେଷ୍ଟ ଉନ୍ନତି ଆସିଛି ବୋଲି ସୂଚନା ଦିଆଯାଇଥିଲା ।