ନୀତି ଆୟୋଗ ବୈଠକରେ ଯୋଗଦେବାକୁ ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମେ ୨୭ତାରିଖରେ ନୀତି ଆୟୋଗ ବୈଠକରେ ଯୋଗ ଦେବାକୁ ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟପାଇଁ ଅଧିକା ଅର୍ଥ ଦାବି କରିପାରନ୍ତି ମୁଖ୍ୟମନ୍ତ୍ରୀ । ବିକାଶ ପାଇଁ ସ୍ୱତନ୍ତ୍ର ପ୍ୟାକେଜ, ଡିବିଟି ମାଧ୍ୟମରେ ଟଙ୍କା ମିଳୁଥିବାରୁ ସବୁ ପଞ୍ଚାୟତରେ ବ୍ୟାଙ୍କ ଖୋଲିବା ନେଇ ଦାବି ରଖିବେ ନବୀନ।ଅନ୍ୟାନ୍ୟ ଗୁରତ୍ବପୂର୍ଣ୍ଣ ପ୍ରସଙ୍ଗରେ ମଧ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିବେ  ।  ଯୋଜନା ଓ ସଂଯୋଜନା ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ ଏନେଇ ଗଣମାଧ୍ୟମର ଆଗରେ ସୂଚନା ଦେଇଛନ୍ତି ।