ଆଜି ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ୍ ନୂଆ ମନ୍ତ୍ରୀମାନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ

ଭୁବନେଶ୍ବର:  ଆଜି ଶପଥ ନେବେ ତିନି ନୂଆ ମନ୍ତ୍ରୀ । ବିକ୍ରମ କେଶରୀ ଆରୁଖ, ସୁଦାମ ମାରାଣ୍ଡି ଓ ସାରଦା ପ୍ରସାଦ ନାୟକ ହେବେ ନୂଆ କ୍ୟାବିନେଟ ମନ୍ତ୍ରୀ । ଲୋକସେବା ଭବନର କନଭେନସନ ସେଣ୍ଟରରେ ଶପଥଗ୍ରହଣ ସମାରୋହ ଅନୁଷ୍ଠିତ ହେବ । ସକାଳ ୯ଟା ୫୦ ମିନିଟରେ ନୂଆମନ୍ତ୍ରୀଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଶପଥପାଠ କରାଇବେ। ସମାରୋହରେ ଉପସ୍ଥିତ ରହିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସପ୍ତାହେ ତଳେ ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେଇଥିଲେ ସମୀର ଦାଶ ଓ ଶ୍ରୀକାନ୍ତ ସାହୁ। ବାଚସ୍ପତି ବିକ୍ରମ କେଶରୀ ଆରୁଖ ମଧ୍ୟ ପଦ ଛାଡ଼ିଥିଲେ।