ଆମ ଦାବି ପୂରଣ କର । ନହେଲେ ପୂଜାରେ ଗଡ଼ିବନି ବସ୍। ଏପରି ଚେତାବନୀ ଦେଇଛି ବସ ମାଲିକ ସଂଘ । ଆଜି ସନ୍ଧ୍ୟା ଠାରୁ ୮ ତାରିଖ ସନ୍ଧ୍ୟା ୬ଟା ପର୍ୟ୍ୟନ୍ତ ଦକ୍ଷିଣ ଓଡ଼ିଶା ଓ ପଶ୍ଚିମ ଓଡ଼ିଶାରେ ଘରୋଇ ବସ ଚଳାଚଳ ବନ୍ଦ ରହିବା ନେଇ ସଂଘ କହିଛି। ଏ ନେଇ ବନ୍ଦ ଡାକରା ଦେଇଛି ଘରୋଇ ବସ ମାଲିକ ସଂଘ। ପୁନର୍ବାର ଲକ୍ଷ୍ମୀ ବସ୍କୁ ରାଜ୍ୟ ସରକାର ବ୍ଲକ ଠାରୁ ଜିଲା ମୁଖ୍ୟାଳୟ ପର୍ୟ୍ୟନ୍ତ ଚଳାଚଳ ପାଇଁ ନୋଟିଫିକେଶନ ଜାରି କରିଛନ୍ତି ।ଏହାକୁ ବିରୋଧ କରି ଘରୋଇ ବସ ମାଲିକ ସଂଘ ବନ୍ଦ ଡାକରା ଦେଇଛି । ପୂର୍ବତନ ସରକାର ଏହାକୁ ମାନିଥିଲେ, ବର୍ତ୍ତମାନ ସରକାର ପୁଣି ଲାଗୁ କରିବାକୁ ଯାଉଛନ୍ତି। ଏଥିରେ ଘରୋଇ ବସ କ୍ଷତି ସହିବ। ତେଣୁ ବନ୍ଦ ଡାକରା ଦେଇ ପ୍ରତିବାଦ ଜଣାଇଛନ୍ତି ଘରୋଇ ବସ ମାଲିକ ସଂଘ।
Trending
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
- ଚଳିତମାସ ୧୭ରୁ ଦେଶରେ ପ୍ରଥମ ଥର ବନ୍ଦେ ଭାରତ ସ୍ଲିପର ଟ୍ରେନ୍ର ଚଳାଚଳ ଆରମ୍ଭ
- ଷ୍ଟେସନରେ ଲାଗିଲା ନିଆଁ , ଷ୍ଟେସନ ମାଷ୍ଟର, ଡିଟିସି ଚାମ୍ବରରୁ ନେଇ ଟିକେଟ କାଉଣ୍ଟର ଓ ରେଲୱେ ଲାଇନ କ୍ଷତିଗ୍ରସ୍ତ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଜର୍ମାନ ଚାନସେଲର ଫ୍ରେଡ୍ରିଚ୍ ମର୍ଜ ଙ୍କ ଦ୍ୱିପାକ୍ଷିକ ଆଲୋଚନା