ଆଜି ହେବ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ
ଆଜିଠାରୁ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ । କଳାହାଣ୍ଡିରୁ ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ୫୦ ହଜାର ଲୋକଙ୍କୁ ଯୋଜନା ସହ ଯୋଡ଼ିବେ ସରକାର । ଗରିବ ଲୋକଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନାରେ ସାମିଲ କରାଯିବ । ଭିନ୍ନକ୍ଷମ, ବିଧବା, ଦୂରାରୋଗରେ ପୀଡିତ ଥିବା ବ୍ୟକ୍ତି ଏବଂ ସହିଦ ପରିବାର ବ୍ୟକ୍ତି, ପଦ୍ମଶ୍ରୀ ପରିବାର ବ୍ୟକ୍ତି, ବନ୍ୟା ବାତ୍ୟା ଓ ଅଗ୍ନିକାଣ୍ଡ ଘଟି ଘରପୋଡି ଥିବା ବ୍ୟକ୍ତି ଏହି ଯୋଜନାରେ ସାମିଲ ହେବେ । ଏଥିପାଇଁ ଅନଲାଇନ ଆବେଦନ ଖୋଲିବ । ଫୋନ୍ ନମ୍ବର ୦୬୭୪୬୮୧୭୭୭୭ ଏବଂ ୱେବ ପୋର୍ଟାଲ ମାଧ୍ୟମରେ ପଞ୍ଚାୟତ କାର୍ଯ୍ୟାଳୟରେ ବିଡ଼ିଓଙ୍କ ମାଧ୍ୟମରେ ଆବଦନ କରିହେବ । ବଜେଟ୍ରେ ରାଜ୍ୟ ଗରିବଙ୍କ ପକ୍କା ବାସ ଗୃହ ଦେବା ପାଇଁ ବଡ଼ ଲକ୍ଷ୍ୟ ରଖାଯାଇଛି । ମୋହନ ସରକାର ବଜେଟ୍ରେ ଅନ୍ତ୍ୟୋଦୟ ଯୋଜନା ଲାଗି ୭୭୫୦ କୋଟି ଟଙ୍କା ବ୍ୟୟ ବରାଦ କରିଛନ୍ତି । ଦାରିଦ୍ର୍ୟ ସୀମାରେଖା ତଳେ ଥିବା ପରିବାରକୁ ପକ୍କା ଘର ଯୋଗାଇବାକୁ ` ଅନ୍ତ୍ୟୋଦୟ ଗୃହ ଯୋଜନା’ ରାଜ୍ୟ ସରକାରଙ୍କ ଏକ ମହତ୍ବ ଯୋଜନା ରହିଛି । ଏହା ଅଧିନରେ ଆସନ୍ତା ୩ ବର୍ଷରେ ଅତି କମ୍ରେ ୨ ଲକ୍ଷ ୨୫ ହଜାର ନୂତନ ପକ୍କା ଘର ମଞ୍ଜୁର କରାଯିବ । ୨୦୨୫-୨୬ରେ ୭୫ ହଜାର ଗୃହ ନିର୍ମାଣ ପାଇଁ ଲକ୍ଷ୍ୟ ରଖାଯାଇଛି । ଚଳିତ ବଜେଟ୍ରେ ଏଥିପାଇଁ ୨ ହଜାର ୬୦୩ କୋଟି ବ୍ୟୟ ବରାଦ ହୋଇଛି ।