ବଲାଙ୍ଗୀର: ବଲାଙ୍ଗୀର ନୂଆଁଖାଇ ପାଇଁ ବାହାରିଲା ଲଗ୍ନ । ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀରେ ଇଷ୍ଟଦେବୀଙ୍କ ନିକଟରେ ଲାଗିହେବ ନବାନ୍ନ । ଆସନ୍ତା ସେପ୍ଟେମ୍ବର ୨୦ ବୁଧବାର ସକାଳ ୧୦ଟା ୨୮ରୁ ୧୦ଟା ୪୧ ମଧ୍ୟରେ ଇଷ୍ଟଦେବୀ ପାଟଣେଶ୍ୱରୀ ଓ ସମଲେଶ୍ବରୀଙ୍କୁ ପରମ୍ପରା ଅନୁଯାୟୀ ନୂଆଲାଗି ହେବ । ପାଟଣା ଷ୍ଟେଟ ହାଉସ୍ ହୋଲଡ଼ ଅଫିସରୁ ବାହାରିଲା ଲଗ୍ନ । ବଲାଙ୍ଗୀର ରାଜ ପୁରୋହିତ ସନ୍ତୋଷ ଦାସ ଏନେଇ ସୂଚନା ଦେଇଛନ୍ତି । ନୂଆଖାଇ ଓଡ଼ିଶାର ପଶ୍ଚିମାଞ୍ଚଳର ଏକ ପାରମ୍ପରିକ ପର୍ବ ଭାବେ ଧୂମଧାମରେ ପାଳନ କରାଯାଏ । ପାଞ୍ଜି ଅନୁସାରେ ଏହା ଭାଦ୍ରବ ମାସର ଶୁକ୍ଳ ପଞ୍ଚମୀ ତିଥିରେ ବା ଗଣେଶ ଚତୁର୍ଥୀର ପରଦିନ ପାଳିତ ହୋଇଥାଏ । ଏହି ଦିନ ପ୍ରତି ଗ୍ରାମର ପରିବାରମାନେ ନିଜ ନିଜ ଘରେ ଅକାଣ୍ଡିଆ ଚାଉଳର କ୍ଷୀରି ରାନ୍ଧିବା ସହ ଗ୍ରାମରେ ସାମୁହିକ ଭାବେ ମଧ୍ୟ ରାନ୍ଧିଥାନ୍ତି । ଏହି କ୍ଷୀରି “ନବାନ୍ନ” ବା “ନବାର୍ଣ୍ଣ” ନାମରେ ଜଣା । ଗ୍ରାମର ଦେହୁରୀ ସେହି ନବାନ୍ନକୁ ପୂର୍ବଜମାନଙ୍କୁ ଅର୍ପଣ କରିଥାନ୍ତି ଆଉ ଭୋଗ ରୂପେ ସମସ୍ତଙ୍କୁ ବାଣ୍ଟିଥାନ୍ତି ।
Trending
- ସରକାରଙ୍କ ସହ ଡ୍ରାଇଭର ମହାସଂଘର ଆଲୋଚନାରୁ ବାହାରିଲାନି ନିଷ୍କର୍ସ,ଆନ୍ଦୋଳନ ଜାରି
- ୬ଦଫା ଦାବିରେ ଦେଶବ୍ୟାପି ଶ୍ରମିକ ସଙ୍ଗଠନ ପକ୍ଷରୁର ଆଜି ଭାରତ ବନ୍ଦ ଡାକରା
- ଦିଲ୍ଲୀରେ ସମସ୍ତ ମାଂସ ଦୋକାନ ବନ୍ଦ
- ଆଜି ମୁଣ୍ଡୁଳିରେ ପହଞ୍ଚିବ ହୀରାକୁଦ ପାଣି
- ଆଜି ଠୁ ରାଜ୍ୟବ୍ୟାପୀ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ
- ରଥ ଉପରେ ଭାଙ୍ଗିଲା ଅଧର ହାଣ୍ଡି
- ହାତୀ ପୁଣି ଥରେ ମନମୋହନ ସାମଲଙ୍କ ମୁଣ୍ଡ ଉପରେ ସୁନା କଳସ ଢାଳିଛି,ନିର୍ବିବାଦୀୟ ଭାବରେ ରାଜ୍ୟ ବିଜେପି ସଭାପତି ହୋଇଛନ୍ତି
- ବନ ଓ ପ୍ରାଣୀ ସମ୍ପଦର ସୁରକ୍ଷା ପାଇଁ ବିଭିନ୍ନ ପୁରସ୍କାରର ପୁନର୍ବିନ୍ୟାସ କଲେ ସରକାର
- ଆଜି ୯୦ ବର୍ଷ ବୟସରେ ପଦାର୍ପଣ କଲେ ତିବ୍ଦତୀୟ ବୌଦ୍ଧ ଧର୍ମାବଲମ୍ବୀଙ୍କ ଆଧ୍ୟାତ୍ମିକ ନେତା ଦଲାଇ ଲାମା
- ଳିତବର୍ଷର ପ୍ରଥମ ବନ୍ୟାଜଳ ଛାଡ଼ିଲା ହୀରାକୁଦ