ଚଳିତ ବର୍ଷ ପଶ୍ଚିମ ଓଡ଼ିଶାର କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ । ଆସନ୍ତା ୧୫ ତାରିଖ ସକାଳ ୯ଟା ୪୦ରୁ ୯ଟା ୫୪ ମଧ୍ୟରେ ଲଗ୍ନ ସ୍ଥିର ହୋଇଛି । ଏହି ସମୟ ମଧ୍ୟରେ ନବାନ୍ନ ଲାଗି ହେବ । ମା’ ସମଲେଶ୍ବରୀଙ୍କ ନିକଟରେ ଲାଗିହେବ ନବାନ୍ନ । ବ୍ରହ୍ମପୁରା ଟ୍ରଷ୍ଟ ପଣ୍ଡିତ ମହାସଭାରେ ଶୁଭଲଗ୍ନ ଧାର୍ଯ୍ୟ ହୋଇଛି । ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ କୃଷିଭିତ୍ତିକ ଗଣପର୍ବ ନୂଆଖାଇ ପାଇଁ ସମ୍ବଲପୁର ବ୍ରାହ୍ମପୁରା ମନ୍ଦିର ଠାରେ ଆଜି ଶୁଭ ଲଗ୍ନ ନିର୍ଘଣ୍ଟ ହୋଇଛି । ମା’ ସମଲେଶ୍ବରୀଙ୍କ ନିକଟରେ ନବାନ୍ନ ଲାଗି ପରେ ଘରେ ଘରେ ଲୋକ ନୂଆ ଖାଇବେ। ଝାଡୁଆପଡ଼ା ର ବ୍ରହ୍ମପୁରା ମନ୍ଦିରରେ ପଣ୍ଡିତ ମଣ୍ଡଳୀ ସମୂହ ବିଷ୍ଣୁ ସହସ୍ରନାମ ପାଠ ପୁର୍ବକ ମା’ ସମଲେଶ୍ୱରୀଙ୍କ ରାଶି ଓ ନକ୍ଷତ୍ର ଅନୁସାରେ ଶୁଭ ଲଗ୍ନ ନିର୍ଘଣ୍ଟ କରିଛନ୍ତି l ଚଳିତ ବର୍ଷ ନୁଆଁଖାଇ ଲଗ୍ନ ମାଁ ସମଲେଶ୍ୱରୀଙ୍କୁ ଜଣାଯିବ l
Trending
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ
- ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ, ଚଳିତ ମାସ ୧୫ ତାରିଖ ସକାଳ ୯ଟା ୪୦ରୁ ୯ଟା ୫୪ ମଧ୍ୟରେ ଲଗ୍ନ ସ୍ଥିର
- ପିଲାଦିନକୁ ମରିବାକୁ ଦେବା ଉଚିତ୍ ନୁହେଁ ବରଂ ବଞ୍ଚାଇ ରଖିବା ହେଉଛି ଶିକ୍ଷକଙ୍କ କାମ – ମୋଦୀ
- ଯୁଦ୍ଧ ସମୟରେ ସବୁଠାରୁ ଦୀର୍ଘ ସମୟ ପ୍ରଧାନମନ୍ତ୍ରୀ ରହିବାର ରେକର୍ଡ କଲେ ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି, ମୋଦୀ ଜଣାଇଲେ ଶୁଭେଚ୍ଛା
- ଆନ୍ଦୋଳନକାରୀଙ୍କ ବାପାଙ୍କୁ ଆକ୍ରମଣ କରି ଗୁରୁତର ଆହତ କରିଥିବା ଅଭିଯୋଗରେ ଇନଫ୍ଲୁଏନ୍ସର ସ୍ୱତନ୍ତ୍ର ଭରଦ୍ୱାଜ ଗିରଫ
- ଆଜିଠୁ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ,ବୈଠକକୁ ଉଦଘାଟନ କରିବେ ରାଷ୍ଟ୍ରୀୟ ସାଧାରଣ ସଂପାଦକ ସୁନୀଲ ବଂଶଲ
- ମଣିଷ ଗଢ଼ୁଥିବା ଗୁରୁଙ୍କୁ ସମ୍ମାନର ଦିନ , ଗୁରୁ ଦିବସ ପାଇଁ ଚଳଚଞ୍ଚଳ ବିଭିନ୍ନ ଶିକ୍ଷାନୁଷ୍ଠାନ
- ଚାଷୀଙ୍କ ଖାତାରେ ସିଏମ କିଷାନର ପଞ୍ଚମ କିସ୍ତି , ଡିବିଟି ମାଧ୍ୟମରେ ଚାଷୀଙ୍କ ଖାତାକୁ ଗଲା ଟଙ୍କା
- ଲକ୍ଷ୍ମୀସାଗର ବ୍ରହ୍ମାକୁମାରୀ ସେଣ୍ଟରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ: ଦିବ୍ୟ ଗୁଣ ଧାରଣ ପାଇଁ ଆହ୍ୱାନ
- ମହାକାଶରେ ଭାରତର ନୂଆ ଆଖି । EOS-05ର ସଫଳ ଉତକ୍ଷେପଣ