ଫେବୃଆରୀ ୩ ରୁ ୫ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ

ଭୁବନେଶ୍ବର : ଆସନ୍ତା ଫେବୃୟାରୀ ୩ ରୁ ୫ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ରାଜ୍ୟରେ ପ୍ରଥମ ଥର ପାଇଁ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜନ କରାଯିବ। ଏହି ସମ୍ମିଳନୀ ଆୟୋଜନ କରାଯିବା ନିମନ୍ତେ ଗତ ଡିସେମ୍ବର ୧୯ ତାରିଖରେ ଅନୁଷ୍ଠିତ ଐତିହ୍ୟ କ୍ୟାବିନେଟରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା । ଏହି ସମ୍ମିଳନୀ ଯେପରି ବିପୁଳ ସଫଳତା ହାସଲ କରିବ, ସେଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁତ୍ବ ଆରୋପ କରିଛନ୍ତି । ଏଥିପାଇଁ ସବୁ ସଂପୃକ୍ତ ବିଭାଗ ଓଡ଼ିଶା ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ସହିତ ସମନ୍ବୟ ରକ୍ଷା କରି କାମ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।