ଭୁବନେଶ୍ୱର : ଅର୍ଚ୍ଚନା ନାଗ୍ଙ୍କୁ ଜାମିନ୍ ମିଳିଛି। ଖଣ୍ଡଗିରି ଥାନା ମାମଲାରେ ହାଇକୋର୍ଟ ସର୍ତ୍ତମୂଳକ ଜାମିନ୍ ଦେଇଛନ୍ତି। ଅର୍ଚ୍ଚନାଙ୍କ ନାଁରେ ଦାୟର ମୋଟ ୩ଟି ମାମଲାରୁ ୨ଟିରେ ଜାମିନ୍ ମିଳିଛି। ପୂର୍ବରୁ ନୟାପଲ୍ଲୀ ଥାନା ମାମଲାରେ ଜାମିନ୍ ଦେଇଛନ୍ତି ହାଇକୋର୍ଟ। ଆବେଦନକାରୀ ଶ୍ରଦ୍ଧାଞ୍ଜଳିଙ୍କ ସହ ଯୋଗାଯୋଗ କରିବାକୁ ବାରଣ କରାଯିବା ସର୍ତ୍ତ ରହିଛି । ଏହା ସହ ସାକ୍ଷୀଙ୍କୁ ପ୍ରଭାବିତ କରିବେନି ବୋଲି ସର୍ତ୍ତ ରହିଛି। ବାହାରେ ବୟାନବାଜି ପାଇଁ ମନା ନେଇ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଅର୍ଚ୍ଚନାଙ୍କ ନାଁରେ ଦାୟର ମୋଟ ୩ଟି ମାମଲରୁ ୨ଟିରେ ଜାମିନ୍ ମିଳିଛି। ଏବେ କେବଳ ଇଡି ମାମଲରେ ଜାମିନ୍ ପାଇ ନାହାନ୍ତି ଅର୍ଚ୍ଚନା। ଇଡି ମାମଲାରେ ଜାମିନ ମିଳି ନ ଥିବାରୁ ଏବେ ବି ଜେଲରେ ରହିବେ ଅର୍ଚ୍ଚନା। ପୂର୍ବରୁ ଏପ୍ରିଲ ମାସରେ ଅକ୍ଷୟ ପରିଜା ବ୍ଲାକମେଲ କେସରେ ଅର୍ଚ୍ଚନା ନାଗଙ୍କୁ ଜାମିନ ମିଳିଥିଲା। ଖଣ୍ଡଗିରି ଥାନାରେ ରୁଜୁ ମାମଲାରେ ଭୁବନେଶ୍ବରସ୍ଥିତ ଦୌରା ଅଦାଲତରେ ଜାମିନ ଖାରଜ ହେବାପରେ ଅର୍ଚ୍ଚନା ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ। ଅର୍ଚ୍ଚନା ନାଗ ଘଟଣାରେ ନିଜକୁ ପୀଡ଼ିତା ବୋଲି ଦର୍ଶାଇ ଶ୍ରଦ୍ଧାଞ୍ଜଳି ବେହେରା ଖଣ୍ଡଗିରି ଥାନାରେ ଏତଲା ଦେଇଥିଲେ। ଏହାପରେ ଶ୍ରଦ୍ଧାଞ୍ଜଳିଙ୍କ ଅଭିଯୋଗ ଆଧାରରେ ଖଣ୍ଡଗିରି ଥାନାରେ ଅର୍ଚ୍ଚନା, ଜଗବନ୍ଧୁ ଚାନ୍ଦ, ଖଗେଶ୍ବର ପାତ୍ରଙ୍କ ବିରୋଧରେ ମାମଲା ରୁଜୁ କରାଯାଇଥିଲା। ପୁଲିସ ତଦନ୍ତ କରି ଏହି ମାମଲାରେ ଚାର୍ଜସିଟ୍ ମଧ୍ୟ ଦାଖଲ କରିସାରିଛି।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ