ବଳିଆ ଯୋଜନାରେ ଋଣ ସହାୟତା ରାଶି ୧ ଲକ୍ଷ ଟଙ୍କାକୁ ବୃଦ୍ଧି
ଭୁବନେଶ୍ୱର :ସରକାର ବଳିଆ ଯୋଜନାରେ ଋଣ ସହାୟତା ରାଶି ୧ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି । କୁଟୀର ଶିଳ୍ପର ବିକାଶ ପାଇଁ ବଳିଆ ଯୋଜନାରେ ଋଣ ସହାୟତା ରାଶି ବୃଦ୍ଧି କରିଛନ୍ତି ରାଜ୍ୟସରକାର । କୁଟୀର ଶିଳ୍ପର ବିକାଶ ପାଇଁ ଲକ୍ଷ ଲକ୍ଷ ଲୋକଙ୍କର ଜୀବିକାର ଉନ୍ନତି ପାଇଁ ଏପରି ଘୋଷଣା କରିଛନ୍ତି ସରକାର । ଓଡ଼ିଶାର ହସ୍ତତନ୍ତ ଦେଶବିଦେଶରେ ଏଜ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି । ରାଜ୍ୟରେ ବୁଣାକାରମାନଙ୍କ ସାମାଜିକ-ଅର୍ଥନୈତିକ ସଶକ୍ତିକରଣକୁ ସୁଗମ କରିବା ସହିତ ଓଡ଼ିଶାର ସମୃଦ୍ଧ ହସ୍ତତନ୍ତ୍ର ଐତିହକୁ ସଂରକ୍ଷିତ ରଖିବା ପାଇଁ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ମାଧ୍ୟମରେ ବିଭିନ୍ନ ବିକାଶମୂଳକ ଏବଂ କଲ୍ୟାଣମୂଳକ ଯୋଜନା କାର୍ଯ୍ୟକ୍ରମ କରାଯାଇଛି ।