ଆଜି ଓଡ଼ିଶା ବନ୍ଦ ଡାକରା ଦେଇଛି ନବ ନିର୍ମାଣ କୃଷକ ସଂଗଠନ

ଆଜି ଓଡ଼ିଶା ବନ୍ଦ ଡାକରା ଦେଇଛି ନବ ନିର୍ମାଣ କୃଷକ ସଂଗଠନ । ଧାନ ମଣ୍ଡି, ପିୟୁସିସି ଓ ସ୍ମାର୍ଟ ମିଟର ପ୍ରସଙ୍ଗରେ ୮ ଘଣ୍ଟିଆ ବନ୍ଦ ପାଳନ କରାଯିବ । ତିନିଟି ପ୍ରସଙ୍ଗକୁ ନେଇ ବନ୍ଦ ଡାକରା ଦେଇଛି ନବ ନିର୍ମାଣ କୃଷକ ସଂଗଠନ । ଧାନ ମଣ୍ଡିରେ ଅବ୍ୟବସ୍ଥା, ପ୍ରଦୂଷଣ ନାଁରେ ଫାଇନ୍‌ ଆଦାୟ ଓ ଟାଟା ପାୱାରର ମନମାନି ବିରୋଧରେ ହେବ ବନ୍ଦ ପାଳନ । ସକାଳ ୬ ଟାରୁ ଦିନ ୨ଟା, ୮ ଘଣ୍ଟା ବନ୍ଦ ପାଳନ ହେବ । ନବ ନିର୍ମାଣ କୃଷକ ସଂଗଠନର ବନ୍ଦ ପାଳନକୁ ସମର୍ଥନ ଜଣାଇଛି କଂଗ୍ରେସ । ରାଜ୍ୟର ସମସ୍ତ ଜିଲ୍ଲା କଂଗ୍ରେସ କମିଟି ଏହାକୁ ସମର୍ଥନ ଜଣାଇବାକୁ ପିସିସି ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ସେହିପରି ବିଜେଡି ମଧ୍ୟ ଏହାକୁ ପରୋକ୍ଷରେ ସମର୍ଥନ ଜଣାଇଛି । ବନ୍ଦ ପାଳନ ବେଳେ ଦୋକାନ ବଜାର ସହ ସ୍କୁଲ କଲେଜ ବନ୍ଦ କରିବା ପାଇଁ ଆହ୍ବାନ ଦେଇଛି ନବ ନିର୍ମାଣ କୃଷକ ସଂଠଗନ ।

Leave a comment