ଭୁବନେଶ୍ବର: ଗୁରୁବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ମନ୍ତ୍ରିମଣ୍ଡଳ ବୈଠକରେ ଅନୁସୂଚିତ ଜାତି, ଜନଜାତି ବିଭାଗରେ ଆସୁଥିବା ମୁଣ୍ଡାରି ଭାଷା ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ସାମିଲ ହେବାକୁ ନିଷ୍ପତ୍ତି ହୋଇଛି । କ୍ୟାବିନେଟ୍ ବୈଠକରେ ୭ଟି ବିଭାଗର ୧୬ଟି ପ୍ରସ୍ତାବରେ ମୋହର ବାଜିଛି । ସେହିପରି ସଂଗ୍ରହାଳୟର ସୁପରିଚାଳନା, ପ୍ରତ୍ନତତ୍ବ ଓ ଗ୍ରନ୍ଥାଳୟ ପାଇଁ ଗଠନ ହେବ ୩ଟି ସ୍ବତନ୍ତ୍ର ନିର୍ଦ୍ଦେଶାଳୟ । ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି ବିଭାଗ ଅଧିନରେ ଏହି ନିର୍ଦ୍ଦେଶାଳୟ କାର୍ଯ୍ୟ କରିବ । କଟକ ଚାରବାଟିଆ ପ୍ରତିରକ୍ଷା ପ୍ରତିଷ୍ଠାନ ପାଇଁ ବିସ୍ଥାପିତ ହୋଇଥିବା ବିସ୍ଥାପିତଙ୍କ ପାଇଁ ସ୍ବତନ୍ତ୍ର ରିହାତି ଗୃହ ଯୋଜନା ଆରମ୍ଭ କରିଛନ୍ତି ସରକାର । ସେହିପରି ରାଜ୍ୟ ସମବାୟ ବିପଣନ ଫେଡେରେସନ ପାଇଁ ସ୍ବତନ୍ତ୍ର କର୍ପସ ପାଣ୍ଠି ଗଠନ କରାଯାଇଛି । ବ୍ଲକ ସ୍ତରରେ ଥିବା ୫୫ଟି ବସଷ୍ଟାଣ୍ଡର ହେବ ଉନ୍ନତିକରଣ । ଏହାସହ ବଲାଙ୍ଗୀର, ଜୟପୁର, ମୋଟୁ ଓ ଆଠଗଡ଼ରେ ପ୍ରସ୍ତାବିତ ୪ଟି ନୂଆ ବସଷ୍ଟାଣ୍ଡ ନିର୍ମାଣ ପାଇଁ କ୍ୟାବିନେଟ୍ ଅନୁମୋଦନ ମିଳିଛି ।
Trending
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ