ରାଜ୍ୟ କ୍ୟାବିନେଟରେ ୧୭ଟି ପ୍ରସ୍ତାବ ଉପରେ ମୋହର

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟରେ  ୧୭ଟି ପ୍ରସ୍ତାବ ଉପରେ ମୋହର ଲାଗିଥିବାର ସୂଚନା ମିଳିଛି । ୟୁପି ସ୍କୁଲ ଶିକ୍ଷକଙ୍କ ଗ୍ରାଣ୍ଟ-ଇନ୍-ଏଡ୍ ଅବଧି ବୃଦ୍ଧି ପ୍ରସ୍ତାବକୁ ମଞ୍ଜୁରୀ ମିଳିଥିବା ବେଳେ  ଅନୁଦାନପ୍ରାପ୍ତ ବେସରକାରୀ ହାଇସ୍କୁଲ ପାଇଁ ମଧ୍ୟ ଅବଧିକୁ ବୃଦ୍ଧି କରାଯାଇଛି। ତେଣେ ଭୁବନେଶ୍ୱରରୁ ଦୁବାଇ, ସିଙ୍ଗାପୁର, ବ୍ୟାଙ୍କକକୁ ବିମାନ ସେବାକୁ କାର୍ଯ୍ୟକାରୀ କରାଯିବା ପାଇଁ ନିଷ୍ପତ୍ତି ହୋଇଛି ।