ଆସନ୍ତାକାଲି ବସିବ ରାଜ୍ୟ କ୍ୟାବିନେଟ୍‌ ବୈଠକ

ଭୁବନେଶ୍ୱର: ଆସନ୍ତାକାଲି ପୂର୍ବାହ୍ନ ୧୦ଟା ୪୫ ମିନିଟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ବସିବ । ଆସନ୍ତାକାଲି ବିଜେଡିର ପଞ୍ଚମ ପାଳି ସରକାରକୁ ୪ ବର୍ଷ ପୂରୁଥିବାରୁ ଏହି ବୈଠକ ଅଧିକ ଗୁରୁତ୍ବପୂର୍ଣ୍ଣ ମନେ ହେଉଛି । ୨୦୧୯ ମେ’ ୨୯ ତାରିଖରେ ଲଗାତାର ପଞ୍ଚମ ଥର ପାଇଁ ନବୀନ ପଟ୍ଟନାୟକ ସରକାର ଗଠନ କରିଥିଲେ । ସରକାର ଗଠନର ପ୍ରଥମ ଦିନରେ ବସିଥିଲା କ୍ୟାବିନେଟ୍‌ ବୈଠକ । ଆସନ୍ତାକାଲି କିଛି ବଡ଼ ନିଷ୍ପତ୍ତି ନେଇପାରନ୍ତି ମୁଖ୍ୟମନ୍ତ୍ରୀ