ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପଦ୍ମଶ୍ରୀ କବି ଜୟନ୍ତ ମହାପାତ୍ରଙ୍କ ଶେଷକୃତ୍ୟ ସଂପନ୍ନ
ଭୁବନେଶ୍ବର : କବି ପଦ୍ମଶ୍ରୀ ଡକ୍ଟର ଜୟନ୍ତ ମହାପାତ୍ରଙ୍କ ଶେଷକୃତ୍ୟ ସଂପନ୍ନ ହୋଇଛି। କଟକର ଖାନନଗର ଶ୍ମଶାନରେ କାଠ ଚୁଲାରେ ତାଙ୍କର ସତ୍କାର କରାଯାଇଛି। ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ ତାଙ୍କର ଅନ୍ତିମ ସଂସ୍କାର କରାଯାଇଛି। ଡକ୍ଟର ଜୟନ୍ତ ମହାପାତ୍ରଙ୍କ ପୁତୁରା ମୁଖାଗ୍ନି ଦେଇଥିଲେ। ପ୍ରଶାସନ ପକ୍ଷରୁ ଏନେଇ ପଦକ୍ଷେପ ଗ୍ରହଣ କରାଯାଇଥିଲା। ଶେଷକୃତ୍ୟ ସମୟରେ କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, କଟକ ମହାନଗର ନିଗମର ମେୟର ସୁବାସ ସିଂହ, ଜିଲ୍ଲାପାଳ ଭବାନୀଶଙ୍କର ଚଇନି, ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ସାହିତ୍ୟିକ ଅମରେଶ ପଟ୍ଟନାୟକଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ଥିଲେ। ସାହିତ୍ୟିକ ଜୟନ୍ତ ମହାପାତ୍ରଙ୍କ ଦେହାନ୍ତ ପରେ ଗଭୀର ଶୋକ ପ୍ରକାଶ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସାହିତ୍ୟ ଜଗତରେ ଏହା ଏକ ଅପୂରଣୀୟ ଶୂନ୍ୟସ୍ଥାନ । ଉଭୟ ଓଡ଼ିଆ ଏବଂ ଇଂରାଜୀ ସାହିତ୍ୟରେ ଅନନ୍ୟ ସୃଜନସୃଷ୍ଟି ତାଙ୍କୁ ସର୍ବଦା ଅମର କରି ରଖିବ । ମହାନ ସାହିତ୍ୟିକଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।
ଯଶସ୍ଵୀ ସାହିତ୍ୟିକ ଜୟନ୍ତ ମହାପାତ୍ରଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ସାହିତ୍ୟ ଜଗତରେ ଏହା ଏକ ଅପୂରଣୀୟ ଶୂନ୍ୟସ୍ଥାନ। ଉଭୟ ଓଡ଼ିଆ ଏବଂ ଇଂରାଜୀ ସାହିତ୍ୟରେ ଅନନ୍ୟ ସୃଜନସୃଷ୍ଟି ତାଙ୍କୁ ସର୍ବଦା ଅମର କରି ରଖିବ। ମହାନ ସାହିତ୍ୟିକଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି।
— Naveen Patnaik (@Naveen_Odisha) August 27, 2023