ଭୁବନେଶ୍ୱର: ସମ୍ବଲପୁର ଓ ଖୋର୍ଦ୍ଧା ଜିଲ୍ଲାରେ ଦିନ ୧୧ଟାରେ ବିଏସକେୱାଇର ତୃତୀୟ ପର୍ଯ୍ୟାୟ ଆରମ୍ଭ କରିବେ ମୁଖ୍ୟମନ୍ତ୍ରୀ। ପର୍ଯ୍ୟାୟକ୍ରମେ ଏହା ସମସ୍ତ ଜିଲ୍ଲାରେ କାର୍ଯ୍ୟକାରୀ ହେବ। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରୁ ବଞ୍ଚିତ ହୋଇଥିବା ଗାଁ ଗହଳିର ଲୋକଙ୍କୁ ଏହି ପର୍ଯ୍ୟାୟରେ ଜଟିଳ ରୋଗ ପାଇଁ ଘରୋଇ ହସ୍ପିଟାଲଗୁଡ଼ିକରେ କ୍ୟାସଲେସ୍ ଚିକିତ୍ସା ସୁବିଧା ଯୋଗାଇ ଦିଆଯିବ। ସରକାରୀ କର୍ମଚାରୀ ଓ ଆୟକରଦାତାଙ୍କ ବ୍ୟତୀତ ଗାଁରେ ବିଏସକେୱାଇରୁ ବଞ୍ଚିତ ସବୁ ପରିବାର ବିଏସକେଓ୍ବାଇ ନବୀନ କାର୍ଡ ପାଇବେ। ସେମାନେ ଉଭୟ ରାଜ୍ୟ ଭିତରେ ଓ ବାହାରେ ସବୁ ପଞ୍ଜିକୃତ ଘରୋଇ ହସ୍ପିଟାଲରେ ନିର୍ଦ୍ଧାରିତ ଜଟିଳ ରୋଗଗୁଡିକର ମାଗଣା ଚିକିତ୍ସା ସୁବିଧା ପାଇବେ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ