କଟକ-ଭୁବନେଶ୍ବର ବାସିନ୍ଦାଙ୍କୁ ମେଟ୍ରୋ ଟ୍ରେନ ଭେଟି ଦେଲେ ମୁଖ୍ୟମନ୍ତ୍ରୀ । ୪ବର୍ଷରେ ସରିବ ପ୍ରଥମ ପର୍ଯ୍ୟାୟ ମେଟ୍ରୋ ପ୍ରକଳ୍ପ କାମ । ରାଜ୍ୟବାସୀ ପାଇବେ ମେଟ୍ରୋ ଟ୍ରେନ୍ ସୁବିଧା । ରାଜ୍ୟ ବିକାଶ ଇତିହାସରେ ଆଜି ଏକ ସ୍ବତନ୍ତ୍ର ଦିବସ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ପରିବହନ କ୍ଷେତ୍ରରେ ଆସିବ ବଡ଼ ରୂପାନ୍ତରଣ । ଲକ୍ଷ୍ମୀ ଯୋଜନା ଗାଁ ଗାଁରେ ଆଣିଛି ରୂପାନ୍ତରଣ ।୬ହଜାର କୋଟିରୁ ଅଧିକ ବ୍ୟୟ ବରାଦ କରାଯାଇଛି। ଏୟାରପୋର୍ଟରୁ ତ୍ରିଶୁଳିଆ ମଧ୍ୟରେ ୨୦ଟି ଷ୍ଟେସନ ରହିବ । ଏହା ରାଜ୍ୟ ସରକାରଙ୍କ ନିଜସ୍ବ ବଜେଟରେ ହେଉଥିବା ସବୁଠୁ ବଡ଼ ପ୍ରକଳ୍ପ। ମେଟ୍ରୋ ପ୍ରକଳ୍ପର ଦ୍ବିତୀୟ ପର୍ଯ୍ୟାୟ ସଂପ୍ରସାରଣ ପାଇଁ ମାଷ୍ଟରପ୍ଲାନ୍ ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । କଟକ-ଭୁବନେଶ୍ବର ବାସିନ୍ଦାଙ୍କୁ ମେଟ୍ରୋ ଟ୍ରେନ ଭେଟି ଦେଲେ ମୁଖ୍ୟମନ୍ତ୍ରୀ । ଐତିହାସିକ ମେଟ୍ରୋ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବାରଙ୍ଗ ବ୍ଲକର ରତାଗଡ଼-ଲେଙ୍କାସାହିରେ ମେଟ୍ରୋ ପ୍ରକଳ୍ପର ଶିଳାନ୍ୟାସ ଉତ୍ସବ ଅନୁଷ୍ଠିତ ହୋଇଛି । ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ବର ବିମାନ ବନ୍ଦରରୁ ତ୍ରିଶୁଳିଆ ଯାଏଁ ମେଟ୍ରୋ ପ୍ରକଳ୍ପ ପାଇଁ ପ୍ରାୟ ୬ ହଜାର ୨୫୫ କୋଟି ଟଙ୍କା ବହନ କରିବେ ରାଜ୍ୟ ସରକାର ।
Trending
- ବାଲିଯାତ୍ରା ଏକ ପର୍ବ ନୁହେଁ, ଏହା ଓଡ଼ିଶାର ଗୌରବମୟ ନୌବାଣିଜ୍ୟ ଐତିହ୍ୟ ଓ ସାଧବଙ୍କ ଦୁଃସାହସିକ ମନୋବଳର ପ୍ରତୀକ
- ବେଦାନ୍ତ ଆଲୁମିନିୟମ୍ ଝାରସୁଗୁଡାରେ ସାଇବର ସୁରକ୍ଷା ସଚେତନତା ଅଭିଯାନ – ଓଡିଶା ୨୦୨୫’ ଅଧିବେଶନର ଆୟୋଜିତ
- ଅଙ୍ଗନବାଡ଼ି ଚଣା ଓ ମୁଢ଼ି ଯୋଗାଣରେ ଅନିୟମିତତା ଅଭିଯୋଗ
- ଜାନୁଆରି ୧ ରେ ଆରମ୍ଭ ହେବ ଝାରସୁଗୁଡ଼ା ଜିଲ୍ଲା ମହୋତ୍ସବ ଦୁଲଦୁଲି
- ଆୟକର ଫାଙ୍କି ନେଇ ଉତ୍କଳ ବିଲ୍ଡର୍ସରେ ଚଢ଼ଉ
- ଆଜି କାର୍ତ୍ତିକପୂର୍ଣ୍ଣିମାରୁ ଆରମ୍ଭ ହେବ କଟକର ଐତିହାସିକ ବାଲିଯାତ୍ରା
- ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା, ରାଜ୍ୟର ବିଭିନ୍ନ ସ୍ଥାନରେ ବୋଇତ ବନ୍ଦାଣ କାର୍ଯ୍ୟକ୍ରମ ଅନୁଷ୍ଠିତ
- ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ବିମାନ ଯାଞ୍ଚ
- ଆଜି କାର୍ତ୍ତିକ ମାସ ଶୁକ୍ଳପକ୍ଷ ପବିତ୍ର ଚତୁର୍ଦ୍ଦଶୀ ତିଥି,ଶ୍ରୀମନ୍ଦିରରେ ‘ଲକ୍ଷ୍ମୀ ନୃସିଂହ’ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ
- ନୀତିଶଙ୍କ ବିକାଶ ବନାମ ଲାଲୁଙ୍କ ଜଙ୍ଗଲରାଜ
Prev Post
Next Post