ମାହାଙ୍ଗା ଡବଲ ମର୍ଡର ଘଟଣାରେ ମାହାଙ୍ଗା ବିଧାୟକ ପ୍ରତାପ ଜେନାଙ୍କ ବଢିଲା ଅଡୁଆ । ପ୍ରତାପଙ୍କ ନାଁରେ ମାମଲା ଚାଲୁ ରଖିବାକୁ ସାଲେପୁର ଜେଏମଏଫସି କୋର୍ଟ ଆଜି ନିର୍ଦ୍ଦେଶ ଦେଇଛନ୍ତି । ଜାନୁୟାରୀ ୨୦୨୧ରେ ମାହାଙ୍ଗାରେ ଘଟିଥିଲା ଡବଲ୍ ମର୍ଡର । ଏହି ଘଟଣାରେ କୁଳମଣି ବରାଳ ଏବଂ ଦିବ୍ୟସିଂହ ବରାଳଙ୍କ ମୃତ୍ୟୁ ହୋଇଥିଲା । ଏହି ଘଟଣାରେ ୧୩ ଜଣଙ୍କ ନାଁରେ ଅଭିଯୋଗ ହୋଇଥିଲା । ଏଥିରୁ ୯ ଜଣ ଗିରଫ ହୋଇଥିଲେ । ଏତଲା ଅନୁସାରେ ୧୩ ନମ୍ବର ଅଭିଯୁକ୍ତ ଥିଲେ ପ୍ରତାପ ଜେନା । ତେବେ ପରବର୍ତୀ ସମୟରେ ମୁଖ୍ୟ ଅଭିଯୁକ୍ତ ପ୍ରଫୁଲ୍ଲ ବିଶ୍ୱାଳଙ୍କ ମୃତ୍ୟୁ ହୋଇଯାଇଥିଲା । ହତ୍ୟା, ହତ୍ୟା ଷଡଯନ୍ତ୍ର ଓ ଧମକ ଦଫାରେ ମାମଲା ଚାଲୁ ରଖିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ତେବେ ପ୍ରତାପ ଜେନା ବିଧାୟକ ହୋଇଥିବାରୁ ମାମଲାକୁ ଭୁବନେଶ୍ୱର ସ୍ପେଶାଲ କୋର୍ଟକୁ ସ୍ଥାନାନ୍ତର କରାଯାଇଛି । ୩୦୨, ୫୦୬, ୧୨୦ (ବି) ଦଫାରେ ମାମଲା ଚାଲୁ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଜାନୁୟାରୀରେ ପ୍ରତାପ ଜେନାଙ୍କ ନାଁରେ ଚୂଡ଼ାନ୍ତ ରିପୋର୍ଟର ପ୍ରୋଟେଷ୍ଟ ପିଟିସନ୍ ଦାଖଲ୍ ପାଇଁ କୋର୍ଟ ଅନୁମତି ଦେଇଥିଲେ । ସେପଟେ ଜେଏମ୍ଏଫସି କୋର୍ଟଙ୍କ ରାୟ ପ୍ରକାଶ ପରେ ବିଧାୟକ ପ୍ରତାପ ଜେନାଙ୍କ ସମର୍ଥକ ଏବଂ ମାହାଙ୍ଗା ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ମୃତକ କୁଳମଣି ବରାଳଙ୍କ ପରିବାର ମଧ୍ୟରେ ସଂଘର୍ଷ ଘଟିଛି । ପ୍ରତାପ ଜେନାଙ୍କ କୁଶ ପୁତଳିକା ଦାହ କରିବାକୁ ଆସୁଥିବା ବେଳେ ଆକ୍ରମଣର ଶିକାର ହୋଇଥିବା ଅଭିଯୋଗ କରିଛନ୍ତି ନୃତାଙ୍ଗ ଗାଁର କିଛି ଲୋକ ।
Trending
- ଓଡ଼ିଶା ମଣ୍ଡପ ପାଇଁ ଭୁବନେଶ୍ବରର ଚନ୍ଦ୍ରଶେଖରପୁରରେ ଜାଗା ଚିହ୍ନଟ
- ଆମେ ପ୍ରତିଶ୍ରୃତି ଦେଇଥିବା ୨୧ଟି କାର୍ଯ୍ୟକ୍ରମ ମଧ୍ୟରୁ ଏକ ବର୍ଷ ଭିତରେ ୧୧ଟି କାର୍ଯ୍ୟକାରୀ କରିଛୁ- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନିର୍ମାଣାଧୀନ ୬ ମହଲା କୋଠାରୁ ପଡ଼ି ଜଣେ ଶ୍ରମିକ ମୃତ
- ଯବାନଙ୍କ ଗୁଳିରେ 7 ମାଓବାଦୀ ଗିରଫ
- କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ ଅସୁସ୍ଥ ,ଡାକ୍ତରଖାନାରେ ଭର୍ତ୍ତି
- 4 ଟି ପ୍ରସ୍ତାବ ବାଜିଲା କ୍ୟାବିନେଟ ମୋହର , ମୁଖ୍ୟମନ୍ତ୍ରୀ ସହରୀ ବିକାଶ ଯୋଜାନା କୁ ମିଳିଲା ଅନୁମୋଦନ
- ବିକଶିତ କୋଟିଆ ପାଇଁ ମାଷ୍ଟର ପ୍ଲାନ
- ରାଜ୍ୟରେ ଆଉ ୭ ନୂଆ କୋଭିଡ ପଜିଟିଭ୍ ଚିହ୍ନଟ
- ଆଜି ରୁକ୍ମିଣୀ ହରଣ ଏକାଦଶୀ , ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୂ ଶ୍ରୀଜଗନ୍ନାଥଙ୍କ ବିବାହ ଉତ୍ସବ
- ବିଶ୍ଵର ସର୍ବୋଚ୍ଚ ସେତୁ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
Prev Post